୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ୨୩ ତାରିଖରେ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ସ୍ଥଳଭାଗ ମୁହାଁ ହେବ। ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ।

ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ସୂଚନା ମିଳିବ। ବର୍ତ୍ତମାନ ସୁଦ୍ଧା ପାଣିପାଗ ମଡେଲ ଯାହା କହୁଛି ଓଡ଼ିଶା ପ୍ରତି ବାତ୍ୟା ଭୟ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଲଘୁଚାପ ଯୋଗୁ ରାଜ୍ୟରେ ବଡ଼ ବର୍ଷାର ସୂଚନା ମିଳୁଛି। ଯଦି ଲଘୁଚାପ ବାତ୍ୟାରେ ପରିଣତ ହୁଏ, ତେବେ ଉପକୂଳବର୍ତ୍ତୀ ଜିଲାର ଚାଷକୁ ଏହା ଗଭୀର ଭାବେ ପ୍ରଭାବିତ କରିବା ଆଶଙ୍କା ରହିଛି। ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଯାଇଛି। ଆସନ୍ତା ୪/୫ ଦିନ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୧୯ରୁ ୨୧ ତାରିଖ ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?