୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତନଠାରୁ ୪.୫ କିମି ଉଚ୍ଚରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତୀ ସମୟରେ ଏହା ଦକ୍ଷିଣ-ଉତ୍ତର ଦକ୍ଷିଣ ଆଡକୁ ଅଗ୍ରସର ହୋଇ ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ।

ତେବେ ଶାରଦୀୟ ପୂଜା ସମୟରେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ଏହା ଦକ୍ଷିଣ ଆଡକୁ ଅଗ୍ରସର ହୋଇ ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ଅଗ୍ରସର ହେବ। ତେବେ ଆସନ୍ତା ୨୧ ତାରିଖ ମଧ୍ୟରେ ଓଡ଼ିଶାରେ ବର୍ଷ ହେବ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି।