୨୪ରେ ବାତ୍ୟାରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ୨୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଡିିପ୍ରେସନ(ଅବପାତ) ଓ ୨୪ରେ ଏହା ଡିପ୍‌ ଡିପ୍ରେସନ (ଗଭୀର ଅବପାତ)ରେ ପରିଣତ ହୋଇ ସାମୁଦ୍ରିକ ଝଡ଼ ରୂପ ନେବ ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟା ୨୨ ତାରିଖ ବେଳକୁ ଆନ୍ଧ୍ର ଉପକୂଳକୁ ମୁହାଁଇବ। ୨୩ ତାରିଖରେ ଓଡ଼ିଶା ଉପକୂଳ ମୁହାଁ ହେବ। ଉପକୂଳରୁ ୭୦ରୁ ୮୦ କି.ମି. ଦୂର ସମୁଦ୍ର ଦେଇ ୨୬ ତାରିଖ ରାତ୍ରି କିମ୍ବା ୨୭ ତାରିଖ ସକାଳେ ପଶ୍ଚିମବଙ୍ଗର ସୁନ୍ଦରବନ କିମ୍ବା ବାଂଲାଦେଶରେ ସ୍ଥଳ ଭାଗ ଛୁଇଁବ ବୋଲି ଅନୁମାନ କରାଯାଉଛି। ସମୁଦ୍ରରେ ଥିବାବେଳେ ଏହାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ହେବ ବୋଲି ଆକଳନ କରାଯାଉଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ୬୦ରୁ ୭୦ କି.ମି. ବେଗରେ ପବନ ବହିବା ସହ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏପରି କି ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri