୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ ଆଶଙ୍କା କରାଯାଉଛି। ତେବେ ବର୍ଷା ପରିମାଣ ସଂକ୍ରାନ୍ତରେ କୌଣସି ସ୍ପଷ୍ଟଚିତ୍ର ମିଳି ନ ଥିଲେ ମଧ୍ୟ ଲଘୁଚାପ ଖବର ପାଇବା ପରେ ଦୁର୍ଗାପୂଜା ଆୟୋଜକଙ୍କ ମନରେ ଛନକା ପଶିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଓଡ଼ିଶାରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନାହିଁ। ମୌସୁମୀ ପାଇଁ ଆସନ୍ତା ୪ଦିନ ରାଜ୍ୟରେ କେତେକ ସ୍ଥାନରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ବହିବା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଶନିବାର ରାଜ୍ୟର ୨୦ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲାର କିଛି ସ୍ଥାନରେ ବର୍ଷା, ପବନ ଓ ବଜ୍ରପାତ ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୨୧ ଓ ୨୨ ତାରିଖ (ରବିବାର ଓ ସୋମବାର)ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲାର କିଛି ସ୍ଥାନରେ  ଝଟକାପବନ ବହିବା ସହିତ ବଜ୍ରପାତ ସମ୍ଭାବନା ରହିଛି। ୨୦ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ଆଗକୁ ବର୍ଷା ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri