ବଙ୍ଗୋପସାଗରରେ ଲଘୁଚାପ: ଏହି ସବୁ ଜିଲାରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା

ଭୁବନେଶ୍ୱର,୮ା୪- ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡକୁ ମୁହଁାଇବାର ସମ୍ଭାବନା ରହିଛି।

ଏହା ପ୍ରଭାବରେ ମଙ୍ଗଳବାର ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୩୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଅନ୍ୟସବୁ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ୟପଟେ ରାଜ୍ୟରେ ସୋମବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିଲା। ଅନୁଗୋଳରେ ଦିନ ତାପମାତ୍ରା ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ସୋନପୁରରେ ୪୧.୪, ଭବାନୀପାଟଣାରେ ୪୦.୫, ହୀରାକୁଦରେ ୪୦.୩ ଓ ସମ୍ବଲପୁରରେ ୪୦ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ କାଳବୈଶାଖୀ ପ୍ରଭାବରେ ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri