ଲଘୁଚାପ ଲଗାଣ ବର୍ଷା: ଭାଙ୍ଗିଲା ଘର, ବାସହରା ହେଲେ ପରିବାର

ମୋରଡ଼ା,୧୬।୯(ସ୍ମାରକ ମାଜୀ): ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୩ ଦିନ ହେବ ବର୍ଷା ଲାଗି ରହିଛି l ହେଲେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l ମଳିଥିବା ସୂଚନା ମୁତାବକ, ବିପଦ ସଂକୁଳ ଅବସ୍ଥାରେ ରହୁଥିବା ଉକ୍ତ ବ୍ଲକ ଅଧୀନ ପଟାକୁଣ୍ଡିଆ ଏବଂ ରୁକୁଣୀ ଗ୍ରାମର ୨୭ ଏବଂ ୨୧ଜଣ ଲୋକଙ୍କୁ ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିବା ବେଳେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ମୋଟ ୭୧ଜଣ ଲୋକଙ୍କୁ ବିଭିନ୍ନ ଅଙ୍ଗନବାଡି ଏବଂ ବିଦ୍ୟାଳୟରେ ରଖାଯାଇଛି l

ଏପରିକି ଲୋକଙ୍କୁ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି l ଲଘୁଚାପ ଲଗାଣ ବର୍ଷାରେ ପଟାକୁଣ୍ଡିଆ ଗ୍ରାମର କାହ୍ନ ଟୁଡୁ ଏବଂ ଦୁବରାଜ ଟୁଡୁଙ୍କ ଘର କାନ୍ଥ ଭୁଶୁଡି ପଡିଛି। କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ ପ୍ରଶାସନ ପକ୍ଷରୁ ପଲିଥିନ ପ୍ରଦାନ କରାଯାଇଥିଲେ ସୁଦ୍ଧା ବର୍ତ୍ତମାନ କାହ୍ନ ଏବଂ ଦୁବରାଜଙ୍କ ପରିବାରକୁ ଅଙ୍ଗନବାଡି କେନ୍ଦ୍ରରେ ରଖାଯାଇଛି ବୋଲି ପିଇଓ ଶ୍ୱେତପଦ୍ମା ପରିଡା କହିଛନ୍ତି।

ସେହିପରି ବ୍ଲକର ନୂଆଗାଁ ପଞ୍ଚାୟତର ସନ୍ୟାସୀ ଗ୍ରାମର ହୀରା ମୁର୍ମୁ, ଭାଲିଆଡିହା ପଞ୍ଚାୟତ ଝିଲିରୀବଣି ଗ୍ରାମର ମଇନା ମୁର୍ମୁ, ବ୍ରାହ୍ମଣମରା ଗ୍ରାମର ସନ୍ୟାସୀ କାଳନ୍ଦୀ, ନୂଆଗାଁ ଗ୍ରାମର ସବିତା ମହାନ୍ତ, ଛୋଟରାୟପୁର ଗ୍ରାମର କରୁଣାକର କାଳନ୍ଦୀ,ଦୁର୍ଗାପୁର ଗ୍ରାମର ମକର ସିଂଙ୍କ ଘର ଭାଙ୍ଗିଯାଇଥିବା ସୂଚନା ମିଳିଛି। ପ୍ରଶାସନ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି ବୋଲି ପିଇଓ ପ୍ରସନ୍ନ ମହାନ୍ତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?