ଲଘୁଚାପ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୫ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପିପିଲିରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନିମାପଡ଼ା ୧୩, ବାଲିପାଟଣା ୧୧, ଦେବଗଡ଼ ୧୦, ଗୋପ ୧୦, ଚାନ୍ଦବାଲି ୧୦, ସତ୍ୟବାଦୀ ୯, କାକଟପୁର ୭, ଯୋଡ଼ା, କୋଟପାଡ଼, କୁଚିଣ୍ଡା, ଭଦ୍ରକ, ଝୁମ୍ପୁରାରେ ୭ ସେଣ୍ଟିମିଟର ଲେଖାଏ ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲାପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଅନୁଗୋଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବ। ୪ ଓ ୫ ତାରିଖରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ମଧ୍ୟ ସତର୍କ କରି ଦିଆଯାଇଛି। ଯେ କୌଣସି ପ୍ରକାର ପରିସ୍ଥିତିର ସମ୍ମୁଖୀନ ହେବା ଲାଗି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ଚଠି ଲେଖି ଜଣାଇ ଦିଆଯାଇଛି। ଦୁଇଦିନ ବର୍ଷିବା ପରେ ଲଘୁଚାପ ବୁଧବାର ଅପରାହ୍ନ ସୁଦ୍ଧା ଛତିଶଗଡ଼ ଦେଇ ଗୁଜରାଟ ଆଡ଼େ ଚାଲିଯିବାର ସମ୍ଭାବନା ରହିଛି। ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁ କେତେକ ନଦୀରେ ବନ୍ୟା ଜଳ ଆସିବା ସମ୍ଭାବନା ରହିଛି। ବଡ଼ ବଡ଼ ନଦୀ ଓ ଡ୍ୟାମ୍‌ ଖାଲି ରହିଥିବାରୁ ବର୍ତ୍ତମାନ ପରିସ୍ଥିତିରେ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଆସନ୍ତା ୯ ତାରିଖରେ ହେବାକୁ ଥିବା ଆଉ ଏକ ଲଘୁଚାପ ଦକ୍ଷିଣ ଓଡ଼ିଶାରେ ବନ୍ୟ ପରିସ୍ଥିତି ସୃଷ୍ଟି କରିବାର ସମ୍ଭାବନା ରହିଛି। ବଂଶଧାରା, ଋଷିକୁଲ୍ୟା ଆଦିରେ ବନ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ୯ରୁ ୧୧ ତାରିଖ ୩ ଦିନ ଯାଏ ବର୍ଷା ଲାଗିରହିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri