ଲଘୁଚାପ ବର୍ଷା ଉଜାଡ଼ିଦେଲା ବର୍ଷକର ଆହାର

ମହାକାଳପଡ଼ା,୨୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ବର୍ଷା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଞ୍ଚଳରେ ପାଚିଲା ଧାନ ଫସଲ ଉଜାଡ଼ି ଦେଇଛି। ଏଥିଯୋଗୁ ଉନ୍ନତ କିସମ ଧାନ ବେରଙ୍ଗର ହେବାର ଆଶଙ୍କା ରହିଛି। ଏଥିପାଇଁ ଧାନ ବିକ୍ରି ବେଳେ ନାନା ସମସ୍ୟା ସୃଷ୍ଟି ହେବ ବୋଲି ଚାଷୀମାନଙ୍କ ମଧ୍ୟରେ ଭାଳେଣି ପଡ଼ିଛି।
ସୂଚନା ଅନୁଯାୟୀ, ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ମୋଟ ୨୮ ହଜାରରୁ ଊର୍ଦ୍ଧ୍ୱ ହେକ୍ଚର ଚାଷ ଜମି ରହିଛି। ସେଥିରୁ ୭ ହଜାର ହେ୍ଯଯର ଜଳସେଚିତ ଜମିରେ କେନାଲ ଜଳସେଚନ ଓ ଉଠା ଜଳସେଚନ ମାଧ୍ୟମରେ ବିଭିନ୍ନ ଫସଲ ଅମଳ ହେଉଛି। ସେହିପରି ଆଳୁ, ଚିନାବାଦାମ, ଲଙ୍କା, ପନିପରିବା, ଝୋଟ, ମୁଗ, ବିର, କୋଳଥ, ଚଣା, ସୂର୍ଯ୍ୟମୁଖୀ ସମେତ ମହାନଦୀ, ଲୁଣା, ପାଇକା ନଦୀ ପଠାରେ ବିଭିନ୍ନ ଫସଲ ଉତ୍ପାଦନ ହେଉଛି। ହେଲେ ଏହି ବର୍ଷାରେ ଧାନ ଫସଲ ସମେତ ଅନ୍ୟାନ୍ୟ ଫସଲ ନଷ୍ଟ ଆଶଙ୍କା ରହିଛି ବୋଲି ଚାଷୀ ହରି ଗୋଚ୍ଛାୟତ, ଶିଶିର ସ୍ବାଇଁ, ବାବାଜୀ ସ୍ବାଇଁ ପ୍ରମୁଖ କହିଛନ୍ତି। ବିଶେଷ କରି ବ୍ଲକର ତିଖିରି , ଅମେଇପାଳ , ଖୁରୁସିଆ, ପାଟୁଳି ପଙ୍କ, ତେରଗାଁ, ଯଦୁପୁର, ବଡ଼କୂଳ, କରଞ୍ଜ, ମହାକାଳପଡା, ଦେଉଳ ପଡ଼ା, ବିଜୟନଗର, ପେଟଛେଲା, ବଉଳ କଣି, ରାମନଗର, ଗଡ଼ରୋମିତ, ମଙ୍ଗଳପୁର, ବରକନ୍ଧା, ବତୀଘର, ଖରୀନାସି, ଜମ୍ବୁ, ସୁନିତି, ନାଞ୍ଜୁରା ଗୋଗୁଆ ଆଦି ୩୧ ପଞ୍ଚାୟତରେ ପାଚିଲା ଧାନ ଫସଲ ନଷ୍ଟ ଯୋଗୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ଖାଲ ପାଟ ଜମିରେ ପାଚିଲା ଧାନ ଭାସୁଛି। ସରକାର ଏହାର ତଦନ୍ତ କରି ଚାଷୀଙ୍କ ଫସଲର କ୍ଷତି ଭରଣା କରିବାକୁ ବୁଦ୍ଧିଜିବୀ ବିରଞ୍ଚି ନାରାୟଣ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri