ଆଜି ଅବପାତର ରୂପ ନେବ ଲଘୁଚାପ: ୩ଦିନ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୨୬ା୯(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।

ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri