ଆଜି ଅବପାତର ରୂପ ନେବ ଲଘୁଚାପ: ୩ଦିନ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୨୬ା୯(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।

ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri