୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ: ଆଜି ଏହି ଜିଲାରେ…

ଭୁବନେଶ୍ୱର, ୧୮ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ପାଖାପାଖି ସମୁଦ୍ରପତ୍ତନଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇରହିଛି। ଏହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଏବଂ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ଶନିବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ବେଳକୁ ବର୍ଷା କମିବ ଏବଂ କେବଳ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଅପରପକ୍ଷେ ଜୁନ୍‌ ୧ରୁ ଜୁଲାଇ ୧୭ ମଧ୍ୟରେ ରାଜ୍ୟରେ ମୋଟ୍‌ ୪୪୬.୯ ମି.ମି. ବର୍ଷା ହୋଇଛି, ଯାହା ସ୍ବାଭାବିକଠାରୁ ୧୭%ରୁ ଅଧିକ। ଢେଙ୍କାନାଳ, କେନ୍ଦ୍ରାପଡ଼ା, ବୌଦ୍ଧ, ସୋନପୁର, କନ୍ଧମାଳ ଏବଂ ବଲାଙ୍ଗୀର ଜିଲାରେ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି। ଦେବଗଡ଼, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଏବଂ ମାଲକାନଗିରିରେ ଅଭାବୀ ବର୍ଷା ହୋଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri