ଆଜି ଲଘୁଚାପ, ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୁରୁବାର ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ଥିବାରୁ ଆସନ୍ତା ୩ରୁ ୪ ଦିନ ସାରାରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଲଗାଣ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦୁଇଟି ଜିଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ତଥା ଭାରିମାତ୍ରାରେ ବର୍ଷା ହେବା ସମ୍ଭାବନା ରହିଥିବାରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ନେଇ ମଧ୍ୟ ସତର୍କ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଆଦି ଜିଲା ପାଇଁ ମଧ୍ୟ ଅରେଞ୍ଜ ଓ୍ବାନିର୍ଂ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି, ଘଡ଼ଘଡ଼ି, ବଜ୍ରପାତ ଏବଂ ଝଟ୍‌କା ପବନ ୩୦ରୁ ୪୦ କିମି ବେଗରେ ବହିବା ସମ୍ଭାବନା କରିଛି। ଅନ୍ୟପଟେ ବରଗଡ଼, ସୋନପୁର, ବୌଦ୍ଧ, ଜଗତ୍‌ସିଂହପୁର, କଟକ, ଗଞ୍ଜାମ ଓ ଗଜପତି ଜିଲା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରି ୟେଲୋ ଓ୍ବାର୍ନିଂ ଦେଇଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ନୟାଗଡ଼ ପାଇଁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି। ୨୭ ଓ ୨୮ ତାରିଖ ପାଇଁ ବିଭିନ୍ନ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତା ୨୯ ତାରିଖରୁ ବର୍ଷା ପରିମାଣ କମିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri