ଆଜି ଲଘୁଚାପ, ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୁରୁବାର ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ଥିବାରୁ ଆସନ୍ତା ୩ରୁ ୪ ଦିନ ସାରାରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଲଗାଣ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦୁଇଟି ଜିଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ତଥା ଭାରିମାତ୍ରାରେ ବର୍ଷା ହେବା ସମ୍ଭାବନା ରହିଥିବାରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ନେଇ ମଧ୍ୟ ସତର୍କ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଆଦି ଜିଲା ପାଇଁ ମଧ୍ୟ ଅରେଞ୍ଜ ଓ୍ବାନିର୍ଂ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି, ଘଡ଼ଘଡ଼ି, ବଜ୍ରପାତ ଏବଂ ଝଟ୍‌କା ପବନ ୩୦ରୁ ୪୦ କିମି ବେଗରେ ବହିବା ସମ୍ଭାବନା କରିଛି। ଅନ୍ୟପଟେ ବରଗଡ଼, ସୋନପୁର, ବୌଦ୍ଧ, ଜଗତ୍‌ସିଂହପୁର, କଟକ, ଗଞ୍ଜାମ ଓ ଗଜପତି ଜିଲା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରି ୟେଲୋ ଓ୍ବାର୍ନିଂ ଦେଇଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ନୟାଗଡ଼ ପାଇଁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି। ୨୭ ଓ ୨୮ ତାରିଖ ପାଇଁ ବିଭିନ୍ନ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତା ୨୯ ତାରିଖରୁ ବର୍ଷା ପରିମାଣ କମିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri