ଆଜି ଲଘୁଚାପ, ୨୪ରେ ଅବପାତ: ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୨୨ା୧୧(ବନ୍ଦନା ସେଠୀ):ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ବିଲରେ ପାଚିଲା ଧାନ ଠିଆ ହୋଇଥିବାରୁ ସାମାନ୍ୟ ବର୍ଷା ହେଲେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ପୁଣି ବାତ୍ୟା ହେଲେ ସବୁଗଲା ବୋଲି ଚାଷୀମାନେ କହିଛନ୍ତି। ଏଯାଏ ଭାରତୀୟ ପାଣିପାଗ ବିଭାଗ କିମ୍ବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ବର୍ଷା ହେବା ନେଇ ସ୍ପଷ୍ଟ କରାଯାଇଛି।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲକ୍କାରେ ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଶନିବାର ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ। ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଲଘୁଚାପ ସୃଷ୍ଟି ହେବା ପରେ ବର୍ଷା ଓ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ଡ. ମହାନ୍ତି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri