ଆଜି ଲଘୁଚାପ, ୨୪ରେ ଅବପାତ: ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୨୨ା୧୧(ବନ୍ଦନା ସେଠୀ):ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ବିଲରେ ପାଚିଲା ଧାନ ଠିଆ ହୋଇଥିବାରୁ ସାମାନ୍ୟ ବର୍ଷା ହେଲେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ପୁଣି ବାତ୍ୟା ହେଲେ ସବୁଗଲା ବୋଲି ଚାଷୀମାନେ କହିଛନ୍ତି। ଏଯାଏ ଭାରତୀୟ ପାଣିପାଗ ବିଭାଗ କିମ୍ବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ବର୍ଷା ହେବା ନେଇ ସ୍ପଷ୍ଟ କରାଯାଇଛି।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲକ୍କାରେ ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଶନିବାର ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ। ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଲଘୁଚାପ ସୃଷ୍ଟି ହେବା ପରେ ବର୍ଷା ଓ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ଡ. ମହାନ୍ତି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri