ଅବପାତରେ ପରିଣତ ହେଲା ଲଘୁଚାପ; ୪ ଜିଲାକୁ ରେଡ୍ ଓ୍ବାର୍ନିଂ

ଭୁବନେଶ୍ୱର,୧୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୭୦ କିମି ଦୂରରେ ଏବଂ ଗୋପାଳପୁରରୁ ପୂର୍ବରେ ୧୩୦ କିମି ଦୂରରେ ଏବେ ଅବପାତ ରହିଛି।

ଆସନ୍ତା କାଲି ସକାଳ ସୁଦ୍ଧା ଉତ୍ତରପଶ୍ଚିମ ମୁହାଁ ହୋଇ ପୁରୀ ଅତିକ୍ରମ କରିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ତେବେ ଆଜି ଅର୍ଥାତ ଶୁକ୍ରବାର କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ବାର୍ନିଂ ଦିଆଯାଇଛି।

ସେହିଭଳି ୭ ଜିଲାକୁ ଅରେଞ୍ଜ ଓ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର। ଏହାସହିତ ଶନିବାର ପାଇଁ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ଲଘୁଚାପକୁ ଦୃଷ୍ଟିରେ ରଖି ଅପରପକ୍ଷେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି। ଯେକୌଣସି ପରିସ୍ଥିତି ଆସିଲେ ତାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri