ଅବପାତରେ ପରିଣତ ହେଲା ଲଘୁଚାପ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୮।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷା ଜାରି ରହିଛି। ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା (୭୦ରୁ ୨୦୦ ମି.ମି.) ନେଇ ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ରହିଛି। ଏହା ସହ ୯ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ କରାଯାଇଛି। ସେହିଭଳି ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରିକରାଯାଇଛି। ୧୦ ତାରିଖ ପାଇଁ ୯ ଜିଲାକୁ ଆରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ଏହିସବୁ ଜିଲାଗୁଡ଼ିକ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ ଓ ଢେଙ୍କାନାଳ ଆଦି ରହିଛି । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri