ଦୁର୍ବଳ ହେଲା ଅବପାତ

ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।