ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…

ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ  ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ ମୌସୁମୀଜନିତ ନିମ୍ନଚାପରେଖା ଓ ଟ୍ରପ୍‌ଲାଇନ ପାଇଁ ରାଜ୍ୟରେ ବର୍ଷା ହେଉଛି। ଇତିମଧ୍ୟରେ ଉତ୍ତର ଆଣ୍ଡାମାନ ତଥା ସଂଲଗ୍ନ ମ୍ୟାନ୍‌ମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୩.୧ କି.ମି. ଉପର ଯାଏ ଲମ୍ବିଥିବାବେଳେ ୨୨ ତାରିଖ ସୁଦ୍ଧା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚତ୍ବ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ୨୩ ତାରିଖରୁ ବୃଦ୍ଧିପାଇବ। ଉକ୍ତ ଘୂର୍ଣ୍ଣିବଳୟଟି ୨୫ ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବ। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ମୁଖ୍ୟତଃ ପାଗ ମେଘୁଆ ରହିଥିବାବେଳେ ସର୍ବାଧିକ ୨.୭ ସେ.ମି. ବର୍ଷା ଗଜପତି ଜିଲାର ନୂଆଗଡ଼ ଅଞ୍ଚଳରେ ରେକର୍ଡ କରାଯାଇଛି। ରବିବାର ଓ ସୋମବାର ରାଜ୍ୟର ୧୪ ଜିଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ରହିବ। ମଙ୍ଗଳବାରଠାରୁ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ବୋଲି ସୂଚନା ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri