ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ, ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ଦେଖିବାକୁ ମିଳିବ।

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର (Low Pressure Area) ସୃଷ୍ଟି ହେବାକୁ ଯାଉଛି। ଏହା ଫଳରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ ଏବଂ ବର୍ଷାର ବିସ୍ତୃତି ବଢ଼ିବ।

ରାଜ୍ୟର ଅନେକ ସ୍ଥାନରେ ଲଗାତାର ତୁହାକୁ ତୁହା ବର୍ଷା ଜାରି ରହିଛି। ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ଭାଗରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଏମିତି ହିଁ ବଜାୟ ରହିବ।

ପାଣିପାଗ କେନ୍ଦ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି:

ଅରେଞ୍ଜ ଆଲର୍ଟ (Orange Alert – ଅତି ପ୍ରବଳ ବର୍ଷା):

ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଦୁଇ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ, ଯାହାଫଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ।

ୟେଲୋ ଆଲର୍ଟ (Yellow Alert – ପ୍ରବଳ ବର୍ଷା ଓ ବଜ୍ରପାତ):

ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ପ୍ରାୟ ୮ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେଗୁଡ଼ିକ ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି। ଏହି ସବୁ ଅଞ୍ଚଳରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?