୧୧ରେ ଲଘୁଚାପ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବ।
ଏଥିସହିତ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଜଗତ୍‌ସିଂହପୁର, କଟକ, ଦେବଗଡ଼, ସମ୍ବଲପୁର, ସୋନପୁର ଏବଂ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୯ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri