୧୧ରେ ଲଘୁଚାପ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବ।
ଏଥିସହିତ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଜଗତ୍‌ସିଂହପୁର, କଟକ, ଦେବଗଡ଼, ସମ୍ବଲପୁର, ସୋନପୁର ଏବଂ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୯ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri