୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିଲା ବେଳେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବ।

ଲଘୁଚାପ ପ୍ରଭାବରେ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ଅନୁଗୋଳ, ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।

ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ, ନବରଙ୍ଗପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।

ଗୁରୁବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ଅନୁଗୋଳ, ଦେଓଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗର ଧୁଳିଆ ପବନ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri