୩ ଦିନରେ ଅବପାତର ରୂପ ନେବ ଲଘୁଚାପ: ୧୦ ଯାଏ ଲାଗିରହିବ ବର୍ଷା

ଭୁବନେଶ୍ୱର,୭।୯:ଦକ୍ଷିଣ ଓଡ଼ିଶା ଉପକୂଳର ପାଶର୍‌ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ। ଏହି ଅଞ୍ଚଳରେ ଏକ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଛି। ଏହା ପ୍ରଭାବରେ ସାରା ରାଜ୍ୟରେ ସପ୍ତାହେ ଯାଏ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୭ରୁ ୯ ତାରିଖ ଯାଏ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲା ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ହେବାର ସମ୍ଭାବନା ରହିଛି ।

ଲଘୁଚାପ କ୍ଷେତ୍ର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ମୟୂରଭଞ୍ଜ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri