ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଏବଂ କେତେକ ସ୍ଥାନରେ ପ୍ରବଳ ଓ ମଧ୍ୟମ ଧରଣର ବର୍ଷା ହେବ । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲାର ବେଲଗୁଣ୍ଠାରେ ସର୍ବାଧିକ ୮୩ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଏହି ଜିଲାଗୁଡ଼ିକୁ ସତର୍କତା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri