ପୂର୍ତ୍ତ ବିଭାଗର ‘ପିଚୁ’ ପ୍ରହସନ; ଥୁଆମୂଳ ରାମପୁରରେ ନିମ୍ନମାନର ନିର୍ମାଣ, ଧୂଳିଧୂଆଁରେ ଅତିଷ୍ଠ ଜନତା

ଥୁଆମୂଳ ରାମପୁର, ୨୩/୦୧(ଦୁର୍ଗା କୀର୍ତ୍ତି): ପୂର୍ତ୍ତ ବିଭାଗର ନିମ୍ନମାନର କାର୍ଯ୍ୟାଦେଶ ଏବଂ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଥୁଆମୂଳ ରାମପୁର ଅଞ୍ଚଳରେ ଜନଅସନ୍ତୋଷ ତୀବ୍ର ହେବାରେ ଲାଗିଛି । ବିଶେଷ କରି କଲେଜ ଛକଠାରେ ନିର୍ମାଣାଧୀନ ମହୁଲପାଟଣା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ପିଚୁ ପଡ଼ିବାର କିଛି ଘଣ୍ଟା ମଧ୍ୟରେ ଏହା ହାତ ମାରିଲେ ଛାଡ଼ି ଯାଉଥିବା ଦେଖିବାକୁ ମିଳିଛି। ରାସ୍ତା ନବୀକରଣ ନାଁରେ କୋଟି କୋଟି ଟଙ୍କାର ହରିଲୁଟ୍ ଚାଲିଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ନିରବଦ୍ରଷ୍ଟା ସାଜିଛନ୍ତି। ରିପୋର୍ଟ ଅନୁଯାୟୀ, ଗୁଣପୁର, ଗୋପୀନାଥପୁର ଏବଂ ମହୁଲପାଟଣାକୁ ସଂଯୋଗ କରୁଥିବା ରାସ୍ତା କାମ ବର୍ଷ ବର୍ଷ ଧରି ଅଧାପନ୍ତରିଆ ପଡ଼ିରହିଛି। ଥାନା ଏବଂ ମେଡିକାଲ ଛକ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଡ୍ରେନେଜ୍ ବ୍ୟବସ୍ଥା ନଥିବାରୁ ସାମାନ୍ୟ ବର୍ଷାରେ ଏଠାରେ କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। କେଉଁଠି ଡ୍ରେନ୍ ନିର୍ମାଣ ହୋଇଛି ତ, ତାହା ରାସ୍ତା ସ୍ତରଠାରୁ ଉପରେ ରହିଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ। ଫଳରେ ନୂତନ ରାସ୍ତା ଅଳ୍ପ ଦିନରେ ନଷ୍ଟ ହେବା ସୁନିଶ୍ଚିତ।

ତାଳବନ୍ଧ ପଡ଼ା ଦେଇ ଯାଇଥିବା ମୁଖ୍ୟ ରାସ୍ତା କାର୍ଯ୍ୟ ଦୀର୍ଘ ୬ ମାସ ହେବ ଶେଷ ହେଉନାହିଁ। ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁଁ ଉଡ଼ୁଥିବା ଧୂଳିଧୂଆଁରେ ସ୍ଥାନୀୟ ବାସିନ୍ଦା ଅଣନିଶ୍ୱାସୀ ହୋଇପଡ଼ିଲେଣି । ଅନ୍ୟପଟେ ରାସ୍ତା ମଝିରେ ବିଦ୍ୟୁତ୍ ଖୁଣ୍ଟ ଓ ବଡ଼ ବଡ଼ ଗଛ ରହିଥିଲେ ମଧ୍ୟ ସେଗୁଡ଼ିକୁ ହଟା ନଯାଇ ପିଚୁ କାମ ସାରିଦିଆଯାଉଛି, ଯାହା ଦୁର୍ଘଟଣାକୁ ସିଧାସଳଖ ନିମନ୍ତ୍ରଣ କରୁଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ମିତିକେତନ୍ କାର୍ଜିଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, “ରାସ୍ତା କଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟ ଏବଂ ଗଛ ସବୁ ହଟାଇବା ପାଇଁ ପୂର୍ବରୁ ବିଦ୍ୟୁତ୍ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଯେଉଁ ସ୍ଥାନରେ ଡ୍ରେନର ଆବଶ୍ୟକତା ରହିଛି, ସେଠାରେ କିଭଳି ତୁରନ୍ତ ଡ୍ରେନ୍ ନିର୍ମାଣ କରାଯାଇପାରିବ ସେଥିପାଇଁ ଆମେ ଚେଷ୍ଟା କରୁଛୁ।” ଯନ୍ତ୍ରୀଙ୍କ ଏହି ସଫେଇ ସତ୍ତ୍ୱେ କ୍ଷେତ୍ର ସ୍ତରରେ କାର୍ଯ୍ୟର ମାନକୁ ନେଇ ସାଧାରଣରେ ଅସନ୍ତୋଷ କମିନାହିଁ। ପ୍ରଶାସନ ଏହି ଗମ୍ଭୀର ବିଷୟର ତୁରନ୍ତ ତଦନ୍ତ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?