ଚଢ଼ା ଦର ସାଙ୍ଗକୁ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରି ବଢ଼ୁଛି

ଟିକିରି,୨୪।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ାଦରରେ ବିକ୍ରି ହେଉଛି। ଏମିତିକି ବଜାରରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରିକରି ଖାଉଟିଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହେଉଛି। ଯୁଦ୍ଧ ଯୋଗୁ ଖାଇବା ତେଲ ସମେତ ବିଭିନ୍ନ ସାମଗ୍ରୀର ଦର ବଢ଼ିଛି। ତେବେ କାଶୀପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅତ୍ୟାବଶ୍ୟକ ଜିନିଷର କଳାବଜାର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ଜଣେ ବ୍ୟବସାୟୀଙ୍କୁ ପଚାରିବାରୁ ନାମ ଗୋପନ ରଖି କହିଛନ୍ତି, ରାୟଗଡ଼ାର ହୋଲ୍‌ସେଲରମାନେ ତେଲରେ ଏମ୍‌ଆର୍‌ପିଠାରୁ ୪ ଟଙ୍କା ଅଧିକ ନେଉଛନ୍ତି। ସେଥିପାଇଁ ଖୁଚୁରା ବ୍ୟବସାୟୀମାନେ ମଧ୍ୟ ସେହି ଅନୁଯାୟୀ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି ବୋଲି ସେ କହିଛନ୍ତି। ଖାଇବା ତେଲ ବ୍ୟତୀତ ଅନ୍ୟ ଖାଉଟି ସାମଗ୍ରୀ ଚଢ଼ା ଦରରେ ବିକ୍ରି ହେଉଛି।
ଏମିତିକି ବ୍ଲକର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ଟିକିରିରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ଯଥା ତେଲ, ହଳଦୀଗୁଣ୍ଡ, ଲଙ୍କାଗୁଣ୍ଡ ଏବଂ ମସଲା ଗୁଣ୍ଡ ବିକ୍ରି ହେଉଥିବା ଅଭିଯୋଗ ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଅବଧି ଶେଷ ହୋଇଥିବା ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ସଚେତନ ଗ୍ରାହକ ଖାଦ୍ୟ ସାମଗ୍ରୀର ଅବଧି ସରିଯାଇଥିବା ଦେଖି ପ୍ରତିବାଦ କଲେ ସେମାନଙ୍କୁ ଜିନିଷ ବଦଳାଇ ଦିଆଯାଉଛି। ହେଲେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅନେକ ଅସଚେତନ ଲୋକ ଅବଧି ନ ଦେଖି କିଣୁଥିବାବେଳେ ବ୍ୟବସାୟୀମାନେ ଏହାର ଲାଭ ଉଠାଉଛନ୍ତି।
ଯୋଗାଣ ବିଭାଗ ପକ୍ଷରୁ ମଧ୍ୟ ଏ ନେଇ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଗ୍ରାହକମାନେ ଅଭିଯୋଗ କରୁଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି। ନିୟମିତ ବଜାରରେ ଚଢ଼ାଉକରି ଯାଞ୍ଚକରି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳର ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri