ଚଢ଼ା ଦର ସାଙ୍ଗକୁ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରି ବଢ଼ୁଛି

ଟିକିରି,୨୪।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ାଦରରେ ବିକ୍ରି ହେଉଛି। ଏମିତିକି ବଜାରରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରିକରି ଖାଉଟିଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହେଉଛି। ଯୁଦ୍ଧ ଯୋଗୁ ଖାଇବା ତେଲ ସମେତ ବିଭିନ୍ନ ସାମଗ୍ରୀର ଦର ବଢ଼ିଛି। ତେବେ କାଶୀପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅତ୍ୟାବଶ୍ୟକ ଜିନିଷର କଳାବଜାର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ଜଣେ ବ୍ୟବସାୟୀଙ୍କୁ ପଚାରିବାରୁ ନାମ ଗୋପନ ରଖି କହିଛନ୍ତି, ରାୟଗଡ଼ାର ହୋଲ୍‌ସେଲରମାନେ ତେଲରେ ଏମ୍‌ଆର୍‌ପିଠାରୁ ୪ ଟଙ୍କା ଅଧିକ ନେଉଛନ୍ତି। ସେଥିପାଇଁ ଖୁଚୁରା ବ୍ୟବସାୟୀମାନେ ମଧ୍ୟ ସେହି ଅନୁଯାୟୀ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି ବୋଲି ସେ କହିଛନ୍ତି। ଖାଇବା ତେଲ ବ୍ୟତୀତ ଅନ୍ୟ ଖାଉଟି ସାମଗ୍ରୀ ଚଢ଼ା ଦରରେ ବିକ୍ରି ହେଉଛି।
ଏମିତିକି ବ୍ଲକର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ଟିକିରିରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ଯଥା ତେଲ, ହଳଦୀଗୁଣ୍ଡ, ଲଙ୍କାଗୁଣ୍ଡ ଏବଂ ମସଲା ଗୁଣ୍ଡ ବିକ୍ରି ହେଉଥିବା ଅଭିଯୋଗ ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଅବଧି ଶେଷ ହୋଇଥିବା ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ସଚେତନ ଗ୍ରାହକ ଖାଦ୍ୟ ସାମଗ୍ରୀର ଅବଧି ସରିଯାଇଥିବା ଦେଖି ପ୍ରତିବାଦ କଲେ ସେମାନଙ୍କୁ ଜିନିଷ ବଦଳାଇ ଦିଆଯାଉଛି। ହେଲେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅନେକ ଅସଚେତନ ଲୋକ ଅବଧି ନ ଦେଖି କିଣୁଥିବାବେଳେ ବ୍ୟବସାୟୀମାନେ ଏହାର ଲାଭ ଉଠାଉଛନ୍ତି।
ଯୋଗାଣ ବିଭାଗ ପକ୍ଷରୁ ମଧ୍ୟ ଏ ନେଇ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଗ୍ରାହକମାନେ ଅଭିଯୋଗ କରୁଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି। ନିୟମିତ ବଜାରରେ ଚଢ଼ାଉକରି ଯାଞ୍ଚକରି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳର ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

ଜନସାଧାରଣ, ସମର୍ଥକ ଚାହିଁଲେ ପୁଣି ସ୍ୱାଧୀନରେ ଲଢ଼ିବେ ମକରନ୍ଦ

ରାୟଗଡ଼ା,୩୧/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀରେ ରାଜ୍ୟର ଏକମାତ୍ର ସ୍ୱାଧୀନ ବିଧାୟକ ଭାବେ ୨୦୧୯ରେ ବିଜୟୀ ହୋଇଥିଲେ ମକରନ୍ଦ ମୁଦୁଲି । ବିଜେଡ଼ିର ପ୍ରାର୍ଥି ତଥା...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri