ନିମ୍ନମାନର ମଧ୍ୟାହ୍ନଭୋଜନ ଦିଆଯାଉଛି

ଯୋଡ଼ା,୭ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କମାରଯୋଡ଼ା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଦେଖାଯାଇଛି। ନିମ୍ନମାନର ଖାଦ୍ୟ ପରସା ଯାଉଥିବା ବେଳେ ଅଧା ଦିନ ଦିଆଯାଉ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ କାଉନ୍‌ସିଲର ଯାଞ୍ଚ କରି ଖବରଦାତାଙ୍କୁ ଡାକି ଦେଖାଇବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟରେ ପ୍ରାୟ ୬୭୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ଖାଦ୍ୟ ଦିଆଯିବା ସହ ଠିକ୍‌ ସମୟରେ ଦିଆଯାଉ ନ ଥିବା ଅଭିଯୋଗ ହେଇ ଆସିଥିଲା। ଏନେଇ ଛାତ୍ରୀଛାତ୍ର ଭୟରେ ମୁହଁ ଖୋଲୁ ନ ଥିଲେ। ଅନୁରୂପ ସୋମବାର ଦିନ ୧ଟା ସମୟ ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇ ନ ଥିଲା। ଏ ନେଇ ସ୍ଥାନୀୟ ୧୧ନଂ. ୱାର୍ଡ କାଉନ୍‌ସିଲର ବରୁଣ ଆପଟ୍ଟ ଖବର ପାଇ ବିଦ୍ୟାଳୟ ଯାଇ ସତ୍ୟାସତ୍ୟ ଜାଣିବାକୁ ଯାଞ୍ଚ କରିଥିଲେ। ପରେ ଖବରଦାତାଙ୍କୁ ଡାକି ଦେଖାଇଥିଲେ। ଏ ସମ୍ପର୍କରେ ଶିକ୍ଷୟିତ୍ରୀ ଶକୁନ୍ତଳା କେଶି କହିଛନ୍ତି, ପ୍ରଧାନ ଶିକ୍ଷୟିତ୍ରୀ ନ ଥିବାରୁ ସେ ଦାୟିତ୍ୱରେ ଅଛନ୍ତି। ବିଦ୍ୟାଳୟରେ କାଠ ଅଛି କି ନାହିଁ ଏ ବାବଦରେ ତାଙ୍କୁ କିଛି କୁହାଯାଇ ନ ଥିଲା। କାଠ ନ ଥିବାରୁ ରୋଷେଇ ହୋଇ ନ ଥିଲା ବୋଲି କହିଥିଲେ। କାଉନ୍‌ସିଲର ଆପଟ୍ଟ କହିଛନ୍ତି, ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଠିକ୍‌ ସମୟରେ ଖାଇବାକୁ ଦିଆ ଯାଉନାହିଁ। ଖାଦ୍ୟ ନିମ୍ନମାନର ଦିଆଯାଉଛି। ଛାତ୍ରୀଛାତ୍ରମାନେ ଏ ନେଇ ପ୍ରତିବାଦ କଲେ ଧମକ ଚମକ ଦିଆଯାଉଥିବା କହିଥିଲେ। ଏ ସମ୍ପର୍କରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ କହିଛନ୍ତି, ଅବିଳମ୍ବେ ସେ ଏହି ଘଟଣାର ତଦନ୍ତ କରିବେ। ଆବଶ୍ୟକସ୍ଥଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri