ସ୍ବଳ୍ପ ବୃଷ୍ଟି: ଚାଷ କାର୍ଯ୍ୟ ପ୍ରଭାବିତ

ଚମ୍ପୁଆ, ୨୬ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ହେଉଛି ଏକ କୃଷିବହୁଳ ଜିଲା। ଚମ୍ପୁଆରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁରାକୁ ନେଇ ଗଠିତ ଏହି କୃଷି ଜିଲାରେ ଚଳିତ ବର୍ଷ ରହିଥିବା ଲକ୍ଷ୍ୟ ଅନୁଯାୟୀ ମାତ୍ର ୪୪ ଭାଗ ଚାଷ ହୋଇଥିବା ଜଣାଯାଇଛି। ବୃଷିପାତର ଅନିୟମିତତା ପାଇଁ ଚଳିତ ବର୍ଷ ବୁଣା ଅପେକ୍ଷା ତଳି ରୁଆ ଚାଷକୁ ଚାଷୀ ଗୁରୁତ୍ୱ ଦେଇଛନ୍ତି। ମାତ୍ର ବର୍ଷା ଅଭାବ କାରଣରୁ ତଳି ପଡ଼ିଥିବା ଜମିଗୁଡିକ ଫାଟିବା ଆରମ୍ଭ କଲାଣି। ଜୁଲାଇ ୨୧ ତାରିଖ ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ କୃଷି ବିଭାଗ ପକ୍ଷରୁ ଚମ୍ପୁଆ ବ୍ଲକରେ ୧୪, ୨୦୦ ହେକ୍ଟର, ଝୁମ୍ପୁରାରେ ୧୮,୫୫୫ ହେକ୍ଟର ଓ ଯୋଡ଼ାରେ ୮,୨୬୦ ହେକ୍ଟରକୁ ମିଶାଇ ମୋଟ ୪୧,୦୧୫ ହେକ୍ଟର ଧାନ ଚାଷ ଲକ୍ଷ୍ୟ ରଖାଯାଇଥିଲା। ମାତ୍ର ବର୍ତ୍ତମାନ ସୁଦ୍ଧା ଏହା ୨୦,୨୫୬ ହେକ୍ଟର ଜମିରେ ଚାଷ କରାଯାଇଥିବା ଜଣାଯାଇଛି। ସେହିପରି ଅନ୍ୟ ଚାଷ ମଧ୍ୟ ଏଥିରେ ପ୍ରଭାବିତ ହୋଇଛି। ଏହି ସୂଚନା ମୁତାବକ ଚମ୍ପୁଆରେ ୫୩%, ଝୁମ୍ପୁରାରେ ୫୬% ଓ ଯୋଡାରେ ୫୮% ଚାଷ କରାଯାଇଛି। ସ୍ବଳ୍ପ ବୃଷ୍ଟିପାତ ଏହି ଚାଷ ପ୍ରଭାବିତ ହେବାର ମୁଖ୍ୟ କାରଣ ସାଜିଥିବା ବେଳେ ଆଗାମୀ ଦିନରେ ବର୍ଷା ନ ହେଲେ ରୁଆ ହୋଇଥିବା ତଳିଗୁଡିକ ନଷ୍ଟ ହୋଇଯିବ ବୋଲି ଚାଷୀମାନେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ଗଜେନ୍ଦ୍ର ନାଥ ଗୋଚ୍ଛାୟତଙ୍କୁ ପଚାରିବାରୁ ସ୍ବଳ୍ପ ବୃଷ୍ଟିପାତ ହିଁ ଚାଷ ପ୍ରଭାବିତ ହେବାର ଏକ ମାତ୍ର କାରଣ ସାଜିଛି। ଚାଷ ସମ୍ବନ୍ଧୀୟ ସମସ୍ତ ସୂଚନା ଆମେ ଉପରିସ୍ଥ ବିଭାଗକୁ ଜଣାଇଛୁ। ତୁରନ୍ତ ଏଥିପ୍ରତି ପଦକ୍ଷେପ ନିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri