ସ୍ବଳ୍ପ ବୃଷ୍ଟିପାତ: ଖରିଫ ଧାନ ଫସଲ ବାଧାପ୍ରାପ୍ତ

ପାଟକୁରା, ୨୧ା୮(ରବୀନ୍ଦ୍ର ନାଥ ବାରିକ ):ଗରଦପୁର ବ୍ଲକ ଅଧୀନ ବେଦାରୀ ପଦ୍ମପୁର, ପାଟକୁରା ଓ ଗରଦପୁର ୩ଟି ପଞ୍ଚାୟତ ଅଞ୍ଚଳରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଖରିଫ ଧାନ ଫସଲ ବାଧାପ୍ରାପ୍ତ ହୋଇଛି। ଶତାଧିକ ଏକର ଜମି ବର୍ଷା ଅଭାବରୁ ଚାଷ ହୋଇପାରୁନି। ଧାନତଳି ସବୁ ବୁଢା ହୋଇଗଲାଣି। ବେଦାରୀ ପଦ୍ମପୁର ଓ ପାଟକୁରା ଅଞ୍ଚଳରେ ମୁଖ୍ୟତଃ ଧାନରୁଆ ହୋଇ ଚାଷ ହୋଇଥାଏ। ପାଣି ଅଭାବରୁ ଜମି କାଦୁଅ ହୋଇପାରୁନି। ଫଳରେ ଧାନ ରୋଇବା ସମ୍ଭବ ହେଉନି। ତଳି କିଆରିରେ ପାଣି ନ ଥିବାରୁ ତଳିରେ ପୋକ ଲାଗିଲେଣି। ଜମି ନିକଟ ଖାଲଖମାରେ ପାଣି ନ ଥିବାରୁ ସେଗୁଡିକ ଶୁଖିଲା ପଡିଛି। ସେଥିରେ ପାଣିଥିଲେ ଚାଷୀ ପମ୍ପ ଯୋଗେ ପାଣି ଉଠାଇ କିଛି କିଛି ଚାଷ କରିପାରିଥାନ୍ତେ। ସରକାରଙ୍କ ସେଚ ପଏଣ୍ଟଗୁଡ଼ିକ ୩୦ ବର୍ଷ ହେବ ଅଚଳ ହୋଇପଡ଼ିଛି। ସେଗୁଡିକ ସଚଳ ଥିଲେ ଚାଷ ହୋଇପାରନ୍ତା। ଏପରି ଅବସ୍ଥାରେ ଚାଷୀ ମୁଣ୍ଡରେ ହାତ ଦେଇ ବସିଛି, ହେଲେ ସରକାରଙ୍କର ଏଥିପ୍ରତି ନିଘା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri