୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଉ ୩ ଦିନ ପାରଦ ଆହୁରି ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୩୧ ଓ ନଭେମ୍ବର ୧ତାରିଖରେ ପାରଦ ପୁଣି ଉପରମୁହାଁ ହେବ। ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ରାଜ୍ୟକୁ ପ୍ରବେଶ କରିବ। ଫଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା କୁହୁଡ଼ି ହେବାର ସମ୍ଭାବନା ରହିଛି। ତେବେ ନଭେମ୍ବର ୪ ତାରିଖରୁ ପୁଣି ପାରଦ ୩ରୁ ୪ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ବିଶେଷକରି ବଣ ପାହାଡ଼ଘେରା ଜିଲାଗୁଡ଼ିକରେ ଅଧିକ ଶୀତ ଅନୁଭୂତ ହେବ। ପାରଦ ୧୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଆସିବ। ଆସନ୍ତା ସପ୍ତାହେ ଯାଏ ପାଗ ଶୁଖିଲା ରହିବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୭, ସୋନପୁର ୧୭, ଭବାନୀପାଟଣା ୧୭.୬, ହୀରାକୁଦ ୧୭.୪, କେନ୍ଦୁଝର ୧୭.୮, ଝାରସୁଗୁଡ଼ା ୧୮.୨, ଦେବଗଡ଼ ୧୮ ଓ ନୟାଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri