ଲୋ-ଭୋଲ୍‌ଟେଜ୍‌ରେ ନୟାନ୍ତ

ଢେଙ୍କାନାଳ ଅଫିସ, ୨୦।୪: ତତଲା କଡ଼େଇରେ ପରିଣତ ହୋଇଛି ସାରା ରାଜ୍ୟ। ଏଥିରୁ ବାଦ୍‌ ପଡ଼ିନି ଢେଙ୍କାନାଳ। ଜିଲାର ତାପମାତ୍ରା ୪୦ ଟପିଥିବାବେଳେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ଲୋ-ଭୋଲ୍‌ଟେଜ ସମସ୍ୟା ବୋଝ ଉପରେ ନଳିତା ବିଡ଼ା ସାଜିଛି। ବିଦ୍ୟୁତ୍‌ ବିଭାଗର ଦୂରଦୃଷ୍ଟି ଅଭାବରୁ ଏଭଳି ସ୍ଥିତି ଉପୁଜିଥିବା ଦକ୍ଷିଣକାଳୀ ରୋଡ୍‌ ଓ ଜୁବଲିଟାଉନ୍‌ ଅଞ୍ଚଳବାସୀ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଦକ୍ଷିଣକାଳୀ ଅଞ୍ଚଳକୁ ସେବାଶ୍ରମ ବିଦ୍ୟାଳୟ ନିକଟ ଟ୍ରାନ୍ସଫର୍ମରରୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। କ୍ଷମତା ତୁଳନାରେ ଉପଭୋକ୍ତାଙ୍କ ସଂଖ୍ୟା ଅଧିକ ହେଉଥିବାରୁ ଲୋ-ଭୋଲ୍‌ଟେଜ୍‌ ସମସ୍ୟା ସୃଷ୍ଟି ହେଉଛି। ଫ୍ୟାନ୍‌ ଭଲ ଭାବେ ଘୂରୁନାହିଁ। ପାଣି ପମ୍ପ ଚାଲୁ ନ ଥିବାରୁ ସମସ୍ୟା ଉପୁଜୁଛି। ତେଣୁ ଅଞ୍ଚଳପାଇଁ ସ୍ବତନ୍ତ୍ର ଭାବେ ଏକ ଟ୍ରାନ୍ସଫର୍ମର ବସାଇବା କିମ୍ବା ଆଶ୍ରମ ସ୍କୁଲ ନିକଟରେ ଥିବା ଟ୍ରାନ୍ସଫର୍ମର କ୍ଷମତା ବଢ଼ାଇବା ପାଇଁ ସମ୍ପୃକ୍ତ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସେମାନେ ବୁଧବାର ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ଦେଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସୁବାସ ଶତପଥୀ, ରମେଶ ସାମଲ, ପ୍ରସନ୍ନ ରାୟ, ଜୟଶ୍ରୀ ପି. ଶତପଥୀ, ମାନସ ମହାନ୍ତି, ଅଲିଭାଜ୍ୟୋତି ଦାସ, ଅପରାଜିତା ପାଲ, ପ୍ରଦୀପ ରଥ, ରମାକାନ୍ତ ନାୟକ ମନୋଜ ବେହେରା, କୁଳମଣି ମାଝି, ଅକ୍ଷୟ ହୋତା ପ୍ରମୁଖ ଉପସ୍ଥିତ ଥିଲେ।
ଜୁବିଲି ଟାଉନ ଅନ୍ତର୍ଗତ ସନ୍‌ ହସ୍ପିଟାଲ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅନୁରୂପ ସମସ୍ୟା ସୃଷ୍ଟି ହୋଇଛି। ଅଞ୍ଚଳର ଗୋବିନ୍ଦ ଶତପଥୀ, ପଦ୍ମନାଭ ଲେଙ୍କା, ରବିନାରାୟଣ ଦାସ, ସଚ୍ଚିକାନ୍ତ ବିଶ୍ୱାଳ, ପ୍ରମୋଦ ବେହେରା ପ୍ରମୁଖ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଯଯାତି କେଶରୀ ଦାସଙ୍କୁ ଭେଟି ଏ ସମ୍ପର୍କରେ ଅବଗତ କରାଇଛନ୍ତି। ଖୁବ୍‌ଶୀଘ୍ର ଏକ ନୂତନ ଟ୍ରାନ୍ସଫର୍ମର ବସାଇବା ପାଇଁ ଯନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ସାହିବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?