ଲୋୟର ସୁକ୍‌ତେଲ ପ୍ରକଳ୍ପ: ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍‌ପିଙ୍କ ଆଲୋଚନା

ବଲାଙ୍ଗୀର ଅଫିସ, ୩୦ା୮:  ଲୋୟର ସୁକ୍‌ତେଲ ପ୍ରକଳ୍ପକୁ ନେଇ ପ୍ରକଳ୍ବ ପ୍ରଭାବିତ ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍‌ପି କଲିକେଶ ନାରାୟଣ ସିଂଦେଓ ଶନିବାର ଶୈଳଶ୍ରୀ ପ୍ୟାଲେସରେ ଆଲୋଚନା କରିଛନ୍ତି। ବୁଡିଅଞ୍ଚଳ ଅଗ୍ରଗାମୀ ସଂଘ ସଭାପତି ଉପେନ୍ଦ୍ର ସାହୁ, ଦିଲୀପ ନାଏକ ଓ ପ୍ରେମାନନ୍ଦ ସାହୁଙ୍କ ନେତୃତ୍ୱରେ ପ୍ରକଳ୍ପ ପ୍ରଭାବିତ ଗଁାରୁ ଆସିଥିବା ଲୋକମାନେ କଲିକେଶଙ୍କୁ ସେମାନଙ୍କ ସମସ୍ୟା ଜଣାଇଥିଲେ। ୧ ଜାନୁୟାରୀ ୨୦୨୦ ପର୍ଯ୍ୟନ୍ତ ସର୍ଭେ କରାଯାଇ ବିସ୍ଥାପିତ ହେବାକୁ ଥିବା ଲୋକଙ୍କୁ ଉଚିତ୍‌ କ୍ଷତିପୂରଣ ଓ ଥଇଥାନ, ପ୍ରକଳ୍ପ କାର୍ଯ୍ୟାଳୟ ପାଇଁ ଉର୍ଦ୍ଦିଷ୍ଟ ବିଭିନ୍ନ ପଦବୀ ପୂରଣ କରିବାକୁ ବୁଡି ଅଞ୍ଚଳବାସୀ ଦାବି କରିଥିଲେ । ବୁଡିଅଞ୍ଚଳବାସୀଙ୍କ ସମସ୍ୟାଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରି ସମାଧାନ ସହ ପ୍ରକଳ୍ପ କାମ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଆଲୋଚନା ବୈଠକରେ ଯୁବନେତା ଅର୍କେଶ ନାରାୟଣ ସିଂଦେଓ, ପ୍ରଦୀପ ଗୁରୁ, କୁଳମଣି ମେହେର, କୈଲାସ ମହାନ୍ତି, ଅରୁଣ ମିଶ୍ର, ରାଜେନ୍ଦ୍ର ହୋତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri