Posted inଜାତୀୟ

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ ମହିଳାଙ୍କ ସହ ଠିକ୍‌ ଏଭଳି ଘଟଣା ଘଟିଛି। ସେ କେବଳ LPG ସିଲିଣ୍ଡର ସବସିଡି ତାଙ୍କ ବ୍ୟାଙ୍କ ଖାତାକୁ ଆସିଛି କି ନାହିଁ ଦେଖିବା ପାଇଁ ବ୍ୟାଙ୍କକୁ ଯାଇଥିଲେ। କିନ୍ତୁ ଖାତାର ବାଲାନ୍ସ ଦେଖି ସେ ସମ୍ପୂର୍ଣ୍ଣ ଚକିତ ହୋଇଯାଇଥିଲେ।

ରିପୋର୍ଟ ଅନୁସାରେ, ଦକ୍ଷିଣ ୨୪ ପରଗଣା ଜିଲାର ୩୬ ବର୍ଷୀୟା କାଶ୍ମୀରା ଶେଖଙ୍କ ବ୍ୟାଙ୍କ ଆକାଉଣ୍ଟରେ ହଠାତ୍‌ ୯୯,୯୯,୯୯,୯୯୭ ଟଙ୍କା ଦେଖାଯାଇଥିଲା। ଅର୍ଥାତ୍‌ ତାଙ୍କ ଖାତାରେ ୧୦୦ କୋଟି ଟଙ୍କାଠାରୁ ମାତ୍ର ୩ ଟଙ୍କା କମ ଥିଲା।

କାଶ୍ମୀରାଙ୍କ ପରିବାର ଅତ୍ୟନ୍ତ ସାଧାରଣ। ସେ ଜରି କଢ଼ା କାମ କରୁଥିବା ବେଳେ ତାଙ୍କ ସ୍ବାମୀ ବ୍ୟାଗ ସିଲେଇ କରି ପରିବାର ଚଳାନ୍ତି। ପରିବାର ଆଜବେଷ୍ଟସ ଛାତ ଥିବା ଏକ ଛୋଟ ଘରେ ରହନ୍ତି। ଏଭଳି ସ୍ଥିତିରେ ବ୍ୟାଙ୍କ ଖାତାରେ ଏତେ ବଡ଼ ରାଶି ଦେଖି ସମଗ୍ର ପରିବାର ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ।

ତେବେ ଏହି ଅର୍ଥରାଶି ସେମାନଙ୍କ ପାଇଁ ଖୁସି ନୁହେଁ, ବରଂ ସମସ୍ୟାର କାରଣ ପାଲଟିଛି। ସମ୍ପୂର୍ଣ୍ଣ ଘଟଣାର ତଦନ୍ତ ଆରମ୍ଭ କରି ବ୍ୟାଙ୍କ କାଶ୍ମୀରାଙ୍କ ଖାତାକୁ ଫ୍ରିଜ କରିଦେଇଛି। ତଦନ୍ତ ଶେଷ ନହେବା ପର୍ଯ୍ୟନ୍ତ ସେ ନିଜ ଖାତାରୁ ଟଙ୍କା ଉଠାଇପାରିବେ ନାହିଁ କିମ୍ବା କୌଣସି ପ୍ରକାର ଆର୍ଥିକ କାରବାର କରିପାରିବେ ନାହିଁ।

ପଶ୍ଚିମବଙ୍ଗରେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ କୋଲକାତାର ବେଲିଆଘାଟା ଅଞ୍ଚଳରେ କ୍ଲାଉଡ କିଚେନ ଚଳାଉଥିବା ନୂପୁର ଗୁପ୍ତାଙ୍କ ବ୍ୟାଙ୍କ ଖାତାରେ ମଧ୍ୟ ହଠାତ୍‌ ୪୭ କୋଟି ଟଙ୍କା ଜମା ହୋଇଥିବା ଦେଖାଯାଇଥିଲା। ସେ ତୁରନ୍ତ ଏନେଇ ବ୍ୟାଙ୍କକୁ ସୂଚନା ଦେଇଥିଲେ। ଏହାପରେ ପୋଲିସ, ବ୍ୟାଙ୍କ ଏବଂ ଆୟକର ବିଭାଗ ମିଳିତ ଭାବେ ଘଟଣାର ତଦନ୍ତ ଆରମ୍ଭ କରିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri