Posted inଜାତୀୟ

ମାର୍ଚ୍ଚ ୮ ପରେ ଏଲ୍‌ପିଜି ସିଲିଣ୍ଡର-ପେଟ୍ରୋଲ ଡିଜେଲ ଦାମ ବଢ଼ିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୩୯ ଡଲାର ଛୁଇଁଛି। ତେବେ ଭାରତ ସରକାର ଘରୋଇ ଏଲ୍‌ପିଜି ଅବା ପେଟ୍ରୋଲ ଡିଜେଲ ଦାମ ୫ ରାଜ୍ୟରେ ଜାରି ରହିଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବୃଦ୍ଧି କରିପାରୁ ନ ଥିଲେ।

ତୈଳ କମ୍ପାନୀ ଗୁଡ଼ିକ ଚାପରେ ଥିଲେ ମଧ୍ୟ ନିର୍ବାଚନରେ ଭୋଟରଙ୍କ ଉପରେ ପ୍ରଭାବ ପଡ଼ିବାର ଆଶଙ୍କା କରି ଭାରତ ସରକାର କୌଣସି ପଦକ୍ଷେପ ନେଇ ପାରୁ ନ ଥିଲେ। ତେବେ ମାର୍ଚ୍ଚ ୭ରେ ଶେଷ ପର୍ଯ୍ୟାୟ ମତଦାନ ପରେ ସରକାର ମାର୍ଚ୍ଚ ୮ ପରେ ଏସମ୍ପର୍କରେ ନିଶ୍ଚୟ ନିଷ୍ପତ୍ତି ନେବେ ବୋଲି ଚର୍ଚ୍ଚା ହେଉଛି।

ଯେ କୌଣସି ସମୟରେ ଘରୋଇ ଗ୍ୟାସ୍‌ ଦାମ ସିଲିଣ୍ଡର ପିଛା ୧୦୦ରୁ ୨୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି କୁହାଯାଉଛି। ୨୦୨୧ ଅକ୍ଟୋବର ୬ ପରେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ। ତେବେ ୨୦୨୧ ଅକ୍ଟୋବର ୬ଠାରୁ ଇତି ମଧ୍ୟରେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ରେ ୧୭୦ ଟଙ୍କା ବୃଦ୍ଧି ଘଟିଛି।

ସେହିପରି ଏବେ ପେଟ୍ରୋଲ ଏବଂ ଡିଜେଲ ଦାମରେ ଲିଟର ପିଛା ୧୦ରୁ ୧୫ ଟଙ୍କା ପର୍ଯ୍ୟନ୍ତ ବଢ଼ିବାର ବଜାର ବିଶେଷଜ୍ଞଙ୍କ ପକ୍ଷରୁ ଅନୁମାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?