Posted inଜାତୀୟ

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଦ୍ୱିତୀୟରେ, ରକ୍ଷାବନ୍ଧନ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡର ଦରରେ କୌଣସି ବୃଦ୍ଧି କରାଯାଇନାହିଁ। ଅର୍ଥାତ୍‌ ବର୍ତ୍ତମାନ ପୂର୍ବରୁ ଲାଗୁ ଥିବା ଦରରେ ହିଁ ସିଲିଣ୍ଡର ମିଳିବ। ଯଦି ଆପଣ ଏପର୍ଯ୍ୟନ୍ତ ବାୟୋମେଟ୍ରିକ କିମ୍ବା e-KYC କରିନାହାନ୍ତି, ତେବେ ଚିନ୍ତା କରିବାର ଆବଶ୍ୟକତା ନାହିଁ। IOCL, HPCL ଏବଂ BPCL ଭଳି ସରକାରୀ ତେଲ କମ୍ପାନୀଗୁଡ଼ିକ ଗ୍ରାହକଙ୍କୁ e-KYC କରିବା ପାଇଁ ଲଗାତାର ସୂଚନା ପଠାଉଛନ୍ତି। ଏହାର ଶେଷ ତାରିଖ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଯାଇଛି।

ଅଗଷ୍ଟ ୩୧ ପରେ ବନ୍ଦ ହେବ କି ଗ୍ୟାସ ସପ୍ଲାଏ?

ନା, e-KYC ନକରିଲେ ଅଗଷ୍ଟ ୩୧ ପରେ ଗ୍ୟାସ ସିଲିଣ୍ଡର ସପ୍ଲାଏ ତୁରନ୍ତ ବନ୍ଦ ହେବ ନାହିଁ। LPG ଡିଲରମାନଙ୍କ ଅନୁସାରେ, e-KYC ଏକ ନିରନ୍ତର ପ୍ରକ୍ରିୟା ଏବଂ ଡେଡ୍‌ଲାଇନ ପରେ ମଧ୍ୟ ଏହା କରାଯାଇପାରିବ। ତେବେ e-KYC ନକରିଲେ ଗ୍ରାହକଙ୍କୁ ସବସିଡି ଦରରେ ସିଲିଣ୍ଡର ମିଳିବ କିମ୍ବା କମର୍ସିଆଲ ଦର ଲାଗୁ ହେବ, ସେନେଇ ପେଟ୍ରୋଲିୟମ ମନ୍ତ୍ରଣାଳୟର ଅନ୍ତିମ ନିଷ୍ପତ୍ତି ଆସିବା ବାକି ରହିଛି।

ଅଗଷ୍ଟ ୨୫ ତାରିଖରେ ଘରୋଇ ରୋଷେଇ ଗ୍ୟାସ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ସାରା ଦେଶରେ ଅଗଷ୍ଟ ୧ ତାରିଖରୁ ଲାଗୁ ହୋଇଥିବା ଦର ହିଁ ବର୍ତ୍ତମାନ ଜାରି ରହିଛି। ଅଗଷ୍ଟ ୧ରେ କମର୍ସିଆଲ LPG ସିଲିଣ୍ଡର ଦରରେ ପ୍ରାୟ ୨୦୦ ଟଙ୍କା ହ୍ରାସ ହୋଇଥିଲା।
ତେଣୁ ଏବେ LPG ଗ୍ରାହକଙ୍କ ପାଇଁ ଦୁଇଟି ଆଶ୍ୱସ୍ତିର ଖବରe-KYC ପାଇଁ ଡେଡ୍‌ଲାଇନ ବଢ଼ିଛି ଏବଂ ରୋଷେଇ ଗ୍ୟାସ ଦରରେ କୌଣସି ବୃଦ୍ଧି ହୋଇନାହିଁ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?