Posted inଖେଳ

ଦିଲ୍ଲୀର ଷଷ୍ଠ ବିଜୟ

ଲକ୍ଷ୍ନୌ,୨୨ା୪: ମୁକେଶ କୁମାର ଘାତକ ବୋଲିଂ ବଳରେ ଦିଲ୍ଲୀ ପ୍ୟାପିଟାଲ୍ସ (ଡିସି) ୮ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏସ୍‌ଏଲ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ପ୍ରଦତ୍ତ ୧୬୦ ରନର ଲକ୍ଷ୍ୟକୁ ଦିଲ୍ଲୀ ୧୭.୫ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହା ଦିଲ୍ଲୀର ଷଷ୍ଠ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ଲାଗି ଏହା ଚତୁର୍ଥ ପରାଜୟ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୯ ରନ କରିଥିଲା। ଦଳ ପକ୍ଷରୁ ଦୁଇ ଓପନର ଏଡେନ ମାରକ୍ରାମ ୫୨(୨ ଚୌକା ଓ ୩ ଛକା) ଓ ମିଚେଲ ମାର୍ଶ ୪୫ (୩ ଚୌକା ଓ ୧ ଛକା) ରନ କରିଥିବା ବେଳେ ଆୟୁଷ ବଦୋନୀ ୩୬ (୬ ଚୌକା) ରନ କରିଥିଲେ।

ଦିଲ୍ଲୀ ପକ୍ଷରୁ ମୁକେଶ କୁମାର ସର୍ବାଧିକ ୪ ଉଇକେଟ ନେଇଥିବା ବେଳେ ମିଚେଲ ଷ୍ଟାର୍କ ଓ ଦୁଶମନ୍ଥା ଚମିରା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଦିଲ୍ଲୀ ୧୬୦ ରନର ଟାଗେର୍ଟକୁ ୧୭.୫ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଅଭିଷେକ ପୋରେଲ ୩୬ ବଲରେ ୫୧ (୫ ଚୌକା ଓ ୧ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ଲୋକେଶ ରାହୁଲ ୫୭ (୩ ଲେଖାଏ ଚୌକା ଓ ଛକା) ଓ ଅଧିନାୟକ ଅକ୍ଷର ପଟେଲ ୩୪ (୧ ଚୌକା ଓ ୪ ଛକା) ଅପରାଜିତ ରହିଥିଲେ। ଦିଲ୍ଲୀ ପକ୍ଷରୁ ମାରକ୍ରାମ ଦୁଇଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri