Posted inଜାତୀୟ

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ ନିଯୁକ୍ତ କରିଛନ୍ତି। ସେହିପରି କୃଷ୍ଣ ସ୍ବାମୀନାଥନଙ୍କୁ ନୂତନ ନୌସେନା ମୁଖ୍ୟ ଭାବ ନିଯୁକ୍ତ କରାଯାଇଛି।

ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଅନୁଯାୟୀ , ଲେଫ୍ଟନାଣ୍ଟ ଜେନେରାଲ ରାଜା ସୁବ୍ରମଣି(ଅବସରପ୍ରାପ୍ତ) ଅନିଲ ଚୌହାନଙ୍କ ସ୍ଥାନ ନେବେ, ଯାହାଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେଉଛି। ଭାଇସ ଆଡମିରାଲ ସ୍ବାମୀନାଥନ ଦିନେଶ କେ. ତ୍ରିପାଠିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ। ଯିଏ ମେ ୩୧ରେ ଅବସର ନେବାକୁ ଯାଉଛନ୍ତି।

ଏପରିକି ଲେଫ୍ଟନାଣ୍ଟ ଜେନେରାଲ ସୁବ୍ରମଣି ସାମରିକ ବ୍ୟାପାର ବିଭାଗର ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ। ତାଙ୍କର ନିଯୁକ୍ତି  ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ ଏବଂ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।

ସେ ୨୦୨୫ ସେପ୍ଟେମ୍ବର ୧ତାରିଖରୁ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟରେ ସାମରିକ ପରାମର୍ଶଦାତା ଭାବରେ କାର୍ଯ୍ୟ କରୁଛନ୍ତି। ପୂର୍ବରୁ, ସେ ୨୦୨୪ ଜୁଲାଇରୁ ୨୦୨୫ ଜୁଲାଇ ପର୍ଯ୍ୟନ୍ତ ସେନାର ଉପାଧ୍ୟକ୍ଷ ପଦବୀରେ ରହିଥିଲେ। ୨୦୨୩ ମାର୍ଚ୍ଚରୁ ୨୦୨୪ ଜୁନ ପର୍ଯ୍ୟନ୍ତ କେନ୍ଦ୍ରୀୟ କମାଣ୍ଡର ଜେନେରାଲ ଅଫିସର କମାଣ୍ଡିଂ-ଇନ-ଚିଫ ଭାବରେ କାର୍ଯ୍ୟ କରିଥିଲେ।

ଭାଇସ ଆଡମିରାଲ ସ୍ବାମୀନାଥନ ଜୁଲାଇ ୩୧, ୨୦୨୫ରେ ପଶ୍ଚିମ ନୌସେନା କମାଣ୍ଡର ୩୪ତମ ଫ୍ଲାଗ ଅଫିସର କମାଣ୍ଡିଂ ଇନ ଚିଫ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri