Posted inଖେଳ

ଲୁକାସ ହକି କୋଚ୍‌ ଓ ଭିଡିଓ ଆନାଲିଷ୍ଟ

ନୂଆଦିଲ୍ଲୀ, ୬ା୯ (ପି.ଟି.): ହକି ଇଣ୍ଡିଆ ମଙ୍ଗଳବାର ବେଲଜିୟମର ଆର୍ଟର ଲୁକାସଙ୍କୁ କୋଚ୍‌ ଓ ଭିଡିଓ ଆନାଲିଷ୍ଟ ଭାବେ ନିଯୁକ୍ତି ଦେଇଛି। ଲୁକାସଙ୍କ ସହିତ ହୋଇଥିବା ଚୁକ୍ତି ଅନୁସାରେ ସେ ବେଙ୍ଗାଲୁରୁସ୍ଥିତ ସିନିୟର ପୁରୁଷ ଓ ମହିଳା ଏବଂ ଜୁନିୟର ପୁରୁଷ ଓ ମହିଳା ଆଦି ସମସ୍ତ ୪ ଭାରତୀୟ ହକି ଦଳ ପାଇଁ କାର୍ଯ୍ୟ କରିବେ। ଲୁକାସଙ୍କର ନିକଟରେ ପ୍ରଚୁର ଅଭିଜ୍ଞତା ପାରଦର୍ଶିତା ରହିଛି। ପୂର୍ବରୁ ସେ ରୟାଲ ବେଲଜିୟମ ହକି ଆସୋସିଏଶନ ପାଇଁ ୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ୧୮ ବର୍ଷରୁ କମ୍‌ ଜାତୀୟ ଦଳର ପରଫର୍ମାନ୍ସ ଆନାଲିଷ୍ଟ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କ କାର୍ଯ୍ୟକାଳ ସମୟରେ ଏହି ଦଳର ବିକାଶ ଓ ସଫଳତା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଥିଲା। ଲୁକାସ ୨୦୧୭ରୁ ବେଲଜିୟମର ଅନ୍ୟତମ ଟପ୍‌ ହକି କ୍ଲବ କେଏଚ୍‌ସି ଡ୍ରାଗନ୍ସର ପରଫର୍ମାନ୍ସ ଆନାଲିଷ୍ଟ ଭାବେ କାର୍ଯ୍ୟ କରିିଛନ୍ତି। ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ସେ ଇଡେନଜେମ୍‌ର ଭିକ୍ଟୋରିଆ ହକି କ୍ଲବ ପାଇଁ ଯୁବ ମ୍ୟାନେଜର ଓ କୋଚ୍‌ ସମେତ ବିଭିନ୍ନ ଭୂମିକାରେ କାର୍ଯ୍ୟ କରିଛନ୍ତି। ହକି ଇଣ୍ଡିଆ ସଭାପତି ତିର୍କୀ କହିଛନ୍ତି, ଜଣେ କୋଚ୍‌ ଓ ଭିଡିଓ ଆନାଲିଷ୍ଟ ଭାବେ ଲୁକାସଙ୍କ ନିକଟରେ ରହିଥିବା ଅଭିଜ୍ଞତା ଓ ପାରଦର୍ଶିତା ଆମ ଦଳଗୁଡ଼ିକର ପ୍ରଦର୍ଶନରେ ଉନ୍ନିତି ଆଣିବାରେ ବିଶେଷ ସହାୟକ ହେବ। ଲୁକାସ ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri