ଲକ୍‌ଡାଉନ୍‌: ୪ କୋଟିରୁ ଅଧିକ ମା’ ନ ଚାହିଁ ବି ହୋଇଛନ୍ତି ଗର୍ଭବତୀ

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ବହୁ ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ସମୟ ମଧ୍ୟରେ ପୃଥିବୀର ୪ କୋଟି ୭୦ ଲକ୍ଷରୁ ଅଧିକ ମା’ ନ ଚାହିଁ ବି ଗର୍ଭବତୀ ହୋଇଛନ୍ତି। ଜାତିସଂଘର ପପୁଲେଶନ ଫଣ୍ଡ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ଭାରତରେ ପ୍ରାୟ ୨୩ ଲକ୍ଷ ମା’ ନ ଚାହିଁ ବି ଗର୍ଭବତୀ ହୋଇଛନ୍ତି। ଲକ୍‌ଡାଉନ୍‌ ସମୟରେ ପରିବାର ନିୟୋଜନ ଔଷଧ ଓ ସାମଗ୍ରୀ ନ ମିଳିବାରୁ ଏଭଳି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏହାଯୋଗୁ ପ୍ରାୟ ୨ କୋଟିରୁ ଅଧିକ ଦମ୍ପତି ସମସ୍ୟାରେ ପଡ଼ିଛନ୍ତି। ପୂର୍ବରୁ ପୃଥିବୀରେ ସମୟ ପୂର୍ବରୁ ୧୩.୬ ପ୍ରତିଶତ ମହିଳାଙ୍କ ପ୍ରସବ ହେଉଥିବାବେଳେ ଲକ୍‌ଡାଉନ୍‌ ଯୋଗୁ ଏହା ଦୁଇଗୁଣା ହୋଇ ୨୬ ପ୍ରତିଶତରେ ପହଞ୍ଚିଛି। ପୂର୍ବରୁ ଭାରତରେ ବର୍ଷରେ ଦେଢ଼କୋଟିରୁ ଅଧିକ ଗର୍ଭପାତ ହେଉଥିବାବେଳେ ଏବେ ଏହି ତାଲିକାରେ ୧୪ ଲକ୍ଷ ନୂଆ ମହିଳା ଯୋଡ଼ି ହେବାର ଆଶଙ୍କା ରହିଛି। ସେଥିମଧ୍ୟରୁ ୮ଲକ୍ଷରୁ ଅଧିକଙ୍କର ଅସୁରକ୍ଷିତ ଗର୍ଭପାତ ହେବାର ଆଶଙ୍କା ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏହା ୧୮ ଶହରୁ ଅଧିକ ମହିଳା ଜୀବନ ପ୍ରତି ବିପଦ ଦେଖାଯିବାର ଆଶଙ୍କା ରହିଛି। ସେହିପରି ପୃଥିବୀରେ ପ୍ରସବକାଳୀନ ମୃତ୍ୟୁ ହାର ୧୭ ପ୍ରତିଶତ ବୃଦ୍ଧି ପାଇବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। କରୋନା ସଂକ୍ରମଣ ଯୋଗୁ ଗର୍ଭବତୀଙ୍କ ଚେକ୍‌ ଅପ୍‌ ଅନ୍‌ଲାଇନ୍‌ରେ କରାଯାଉଛି। ଲକ୍‌ଡାଉନ୍‌ ସମୟରେ ପୃଥିବୀରେ ୧୧ କୋଟି ୬୦ ଲକ୍ଷରୁ ଅଧିକ ଶିଶୁ ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନର୍ମାଲ ପ୍ରସବ ହୋଇଥିବା ୨.୭ ପ୍ରତିଶତ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ୫ ପ୍ରତିଶତ ସିଜେରିଆନ୍‌ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ୮ ପ୍ରତିଶତ ଶିଶୁ ମା’ଠାରୁ ସଂକ୍ରମିତ ହୋଇଛନ୍ତି। କେତେକ ମା’ କରୋନା ସଂକ୍ରମଣ ଭୟରେ ଶିଶୁଙ୍କୁ ସ୍ତନ୍ୟପାନ କରାଉ ନାହାଁନ୍ତି। ସେହିପରି ୮ ପ୍ରତିଶତ ଶିଶୁଙ୍କଠାରେ ନିଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri