Posted inଖେଳ

ଶୀର୍ଷରେ ଲକ୍ଷ୍ନୌ

ବେଙ୍ଗାଲୁରୁ, ୧୧।୪- ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୧ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ପରାସ୍ତ କରିଛି। ଆର୍‌ସିବି ୨୦ ଓଭରରେ ୨ ଉଇକେଟ ହରାଇ ୨୧୨ ରନ୍‌ କରିଥିଲା। ଜବାବରେ ଲକ୍ଷ୍ନୌ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ଶେଷ ବଲ୍‌ରେ ମ୍ୟାଚ୍‌ ଜିତି ନେଇଥିଲା। ଲକ୍ଷ୍ନୌର ନିକୋଲସ ପୁରନ ୧୯ ବଲ୍‌ରୁ ୬୨ ରନ ସଂଗ୍ରହ କରି ଆରସିବି ହାତରୁ ମ୍ୟାଚ ଛଡ଼ାଇ ନେଇଥିଲେ। ଫଳରେ ତାଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଜୟ ସହ ଲକ୍ଷ୍ନୌ ପଏଣ୍ଟ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି।
୨୧୩ ରନ୍‌ ବିଜୟଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଲକ୍ଷ୍ନୌର ଆରମ୍ଭ ଭଲ ହୋଇ ନ ଥିଲା। ଦଳ ୨୩ ରନ୍‌ ମଧ୍ୟରେ ୩ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ମିଡିଲ ଅର୍ଡରରେ ମାର୍କୁସ ଷ୍ଟୋଇନିସ୍‌ଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ଦଳ ଲକ୍ଷ୍ୟପଥକୁ ଫେରିଥିଲା। ଷ୍ଟୋଇନିସ୍‌ ୩୦ ବଲ୍‌ରୁ ୬ ଚୌକା ଓ ୫ ଛକା ସହାୟତାରେ ୬୫ ରନ୍‌ କରି ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ଦର୍ଶକଙ୍କୁ ନୀରବ କରିଦେଇଥିଲେ। ସେ ଆଉଟ ହେବାପରେ ନିକୋଲାସ ପୁରନ ଧୂଆଁଧାର ବ୍ୟାଟିଂ କରି ଦଳକୁ ବିଜୟ ପଥରେ ଅଗ୍ରସର କରାଇଥିଲେ। ମାତ୍ର ୧୫ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିବା ପୁରନ ୧୯ ବଲ୍‌ରୁ ୬୨(୪ ଚୌକା, ୭ ଛକା) ରନ୍‌ କରିଥିଲେ। ଆୟୁଷ ବଦୋନୀ ଉପଯୋଗୀ ୩୦ ରନ୍‌ର ଉପଯୋଗୀ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri