Posted inଖେଳ

ଶୀର୍ଷରେ ଲକ୍ଷ୍ନୌ

ବେଙ୍ଗାଲୁରୁ, ୧୧।୪- ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୧ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ପରାସ୍ତ କରିଛି। ଆର୍‌ସିବି ୨୦ ଓଭରରେ ୨ ଉଇକେଟ ହରାଇ ୨୧୨ ରନ୍‌ କରିଥିଲା। ଜବାବରେ ଲକ୍ଷ୍ନୌ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ଶେଷ ବଲ୍‌ରେ ମ୍ୟାଚ୍‌ ଜିତି ନେଇଥିଲା। ଲକ୍ଷ୍ନୌର ନିକୋଲସ ପୁରନ ୧୯ ବଲ୍‌ରୁ ୬୨ ରନ ସଂଗ୍ରହ କରି ଆରସିବି ହାତରୁ ମ୍ୟାଚ ଛଡ଼ାଇ ନେଇଥିଲେ। ଫଳରେ ତାଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଜୟ ସହ ଲକ୍ଷ୍ନୌ ପଏଣ୍ଟ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି।
୨୧୩ ରନ୍‌ ବିଜୟଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଲକ୍ଷ୍ନୌର ଆରମ୍ଭ ଭଲ ହୋଇ ନ ଥିଲା। ଦଳ ୨୩ ରନ୍‌ ମଧ୍ୟରେ ୩ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ମିଡିଲ ଅର୍ଡରରେ ମାର୍କୁସ ଷ୍ଟୋଇନିସ୍‌ଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ଦଳ ଲକ୍ଷ୍ୟପଥକୁ ଫେରିଥିଲା। ଷ୍ଟୋଇନିସ୍‌ ୩୦ ବଲ୍‌ରୁ ୬ ଚୌକା ଓ ୫ ଛକା ସହାୟତାରେ ୬୫ ରନ୍‌ କରି ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ଦର୍ଶକଙ୍କୁ ନୀରବ କରିଦେଇଥିଲେ। ସେ ଆଉଟ ହେବାପରେ ନିକୋଲାସ ପୁରନ ଧୂଆଁଧାର ବ୍ୟାଟିଂ କରି ଦଳକୁ ବିଜୟ ପଥରେ ଅଗ୍ରସର କରାଇଥିଲେ। ମାତ୍ର ୧୫ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିବା ପୁରନ ୧୯ ବଲ୍‌ରୁ ୬୨(୪ ଚୌକା, ୭ ଛକା) ରନ୍‌ କରିଥିଲେ। ଆୟୁଷ ବଦୋନୀ ଉପଯୋଗୀ ୩୦ ରନ୍‌ର ଉପଯୋଗୀ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri