ଭଦ୍ରକରେ ବଢିଲା ଲକ୍‌ଡାଉନ କଟକଣା

ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ମୁଖ୍ୟାଳୟମାନଙ୍କରେ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟକଣା ଜାରି କରାଯାଇଛି। ଏହି କଟକଣା ବୁଧବାରଠାରୁ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିର୍ଦ୍ଦେଶାନାମା ଜାରି କରିଛନ୍ତି।
ସୂଚନା ଥାଉକି, ଭଦ୍ରକ ପୌରାଞ୍ଚଳ ଓ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୨୦ ତାରିଖରୁ ଅର୍ଥାତ୍‌ ଦୁଇଦିନ ପୂର୍ବରୁ ଏହି କଟକଣା ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି। ଏବେ ବାସୁଦେବପୁର ପୌରପାଳିକା, ଚାନ୍ଦବାଲି ଏନ୍‌ଏସି, ଭଣ୍ଡାରିପୋଖରୀ, ବନ୍ତ, ତିହିଡ଼ି ବ୍ଲକ ମୁଖ୍ୟାଳୟମାନଙ୍କରେ ଲକ୍‌ ଡାଉନ କଟକଣା ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ପୋଷ୍ଟ ଅଫିସ, ବ୍ୟାଙ୍କ, ଟେଲିଫୋନ୍‌ ସେବା, ଏଟିଏମ୍‌ ସେବା, ବ୍ଲକ, ପୌରପାଳିକା, ପୋଲିସ, ଅଗ୍ନିଶମ ଓ କରୋନା ସମ୍ପର୍କୀତ ସେବା ଯୋଗାଉଥିବା ଅନୁଷ୍ଠାନ, ଡାକ୍ତର, ଔଷଧ ଦୋକାନ, ଜନ ସ୍ବାସ୍ଥ୍ୟ ବିଭାଗ, ଗ୍ୟାସ୍‌, ବିଦ୍ୟୁତ୍‌ ବିଭାଗ ସମେତ ଅତ୍ୟାବଶ୍ୟକ ସେବା ଯୋଗାଉଥିବା କାର୍ଯ୍ୟାଳୟ ଖୋଲା ରହିବ। ପରିବା ଦୋକାନ, ଗ୍ରସୋରି, କ୍ଷୀର, ମାଛ, ମାଂସ, ଫଳ ଦୋକାନ ସକାଳ ୫ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ। ଅନ୍ୟ ସମୟରେ ଏହି ଅଞ୍ଚଳମାନଙ୍କରେ କର୍ଫ୍ୟୁ ଭଳି ପରିସ୍ଥିତି ଜାରି ରହିବ ବୋଲି କୁହାଯାଇଛି। ସରକାରୀ କଟକଣା ନ ମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri