Posted inଜାତୀୟ

ଏମ୍‌ପିଙ୍କ ଘରେ ହାଇଭୋଲଟେଜ୍‌ ଡ୍ରାମା: ହାତ କାଟିଲେ ବୋହୂ

ଲକ୍ଷ୍ନୌ,୧୫।୩: ଭାଜପା ଏମ୍‌ପି କୌଶଳ କୁମାରଙ୍କ ପରିବାରରେ ହାଇଭୋଲଟେଜ୍‌ ଡ୍ରାମା ଚାଲିଛି। ଏବେ ତାଙ୍କ ବୋହୂ ଶାଶୁ ଘର ଆଗରେ ନିଜ ହାତ କାଟିଛନ୍ତି। ଆତ୍ମହତ୍ୟା କରିବା ପୂର୍ବରୁ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସେ ଆତ୍ମହତ୍ୟା କରିବାକୁ ଯାଉଥିବା କହିଛନ୍ତି। ଏହାପୂର୍ବରୁ କୌଶଲ କିଶୋରଙ୍କ ପୁଅ ଆୟୁଷ ନିଜ ଉପରକୁ ଗୁଳି ଚଳାଇଥିଲେ। ଆଉ ଏକ ଭିଡିଓ ଜାରି କରି କହିଥିଲେ ତାଙ୍କ ସ୍ତ୍ରୀ ତାଙ୍କୁ ଫସାଇବାକୁ ଉଦ୍ୟମ କରୁଛି। ଆୟୁଷ ଏଭଳି ଅଭିଯୋଗ ଆଣିବା ପୂର୍ବରୁ ତାଙ୍କ ସ୍ତ୍ରୀ ଅଙ୍କିତା ଆୟୁଷ ଏବଂ ତାଙ୍କ ପରିବାର ଲୋକଙ୍କ ନାର୍କୋ ଟେଷ୍ଟ କରାଇବାକୁ ଦାବି କରିଥିଲେ।
ଆୟୁଷ ମଧ୍ୟ ପୂର୍ବରୁ ଆତ୍ମହତ୍ୟା ପାଇଁ ଉଦ୍ୟମ କରିବାରୁ ପୋଲିସ ଏହାକୁ ନେଇ ତାଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରିଛି। ଜେରା ପାଇଁ ପୋଲିସ ତାଙ୍କୁ ସମନ କରିଥିଲା। ଏହାପରେ ରବିବାର ସେ ଥାନାରେ ପହଞ୍ଚିଥିଲେ। ପୂର୍ବରୁ କିନ୍ତୁ ଆୟୁଷ ଗିରଫଦାରୀରୁ ବର୍ତ୍ତିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ତାଙ୍କ ଗିରଫଦାରୀ ଉପରେ ରୋକ ଲଗାଇବା ପରେ ସେ ଥାନାରେ ହାଜର ହୋଇଥିଲେ।
କିଛି ଦିନ ପୂର୍ବରୁ ଆୟୁଷ ଭିଡିଓ ଜାରିଙ୍କ କରି ସ୍ତ୍ରୀ ଅଙ୍କିତାଙ୍କ ନାଁରେ ଗମ୍ଭୀର ଆରୋପ ଲଗାଇଥିଲେ। ଅଙ୍କିତା ତାଙ୍କୁ ଫସାଇ ଦେଇଥିବା ସେ ଅଭିଯୋଗ କରିଥିଲେ। ଏବେ ଅଙ୍କିତା ମଧ୍ୟ ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଛନ୍ତି। ଅଙ୍କିତା ଦୁଇଟି ଭିଡିଓ ରିଲିଜ କରି ଆୟୁଷଙ୍କ ସହ ଥିବା ସମ୍ପର୍କର ସମ୍ପୂର୍ଣ୍ଣ ସତ୍ୟତା ପ୍ରକାଶ କରିଥିଲେ। ଏଥିରେ ସେ ଆୟୁଷଙ୍କୁ ଗୁରୁତର ଅଭିଯୋଗ କରିଥିଲେ। ସୋସିଆଲ ମିଡିଆରେ ଦୁଇଟି ଭିଡିଓ ଭାଇରାଲ ହୋଇଛି। ଗୋଟିଏ ଭିଡିଓ ପ୍ରାୟ ୫ ମିନିଟ ଏବଂ ଅନ୍ୟଟି ହେଉଛି ୩ ମିନିଟର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri