Posted inଜାତୀୟ

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା ଉତ୍ତରପ୍ରଦେଶ ଲକ୍ଷ୍ନୌର ଇନ୍ଦିରା ନଗର ଅଞ୍ଚଳରେ ଘଟିଛି। ସୂଚନା ପାଇବା ପରେ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଡାକ୍ତରଖାନାକୁ ନେଇଥିଲା, ହେଲେ ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଇନ୍ଦିରା ନଗର ଅଞ୍ଚଳର ବାସିନ୍ଦା ରାହୁଲ ତାଙ୍କ ପତ୍ନୀ ତନୁ ସିଂଙ୍କ ସହିତ ହସଖୁସିରେ ରହୁଥିଲେ। ରାହୁଲ ତାଙ୍କ ସ୍ତ୍ରୀ ତନୁଙ୍କୁ ସୀତାପୁରର ଜଣେ ସମ୍ପର୍କୀୟଙ୍କ ଘରକୁ ନେଇ ଯାଇଥିଲେ। ସେଠାରେ ରାହୁଲ ମଜା କରି ସ୍ତ୍ରୀ ତନୁଙ୍କୁ “ତୁମେ ଜଣେ ମାଙ୍କଡ଼ ବୋଲି କହିଥିଲେ। ତନୁ ରାହୁଲଙ୍କ କଥାରେ କ୍ଷୁବ୍ଧ ହୋଇଯାଇଥିଲେ ଏବଂ ଘରକୁ ଆସିବା ପରେ ସେ ଆତ୍ମହତ୍ୟା କରିଦେଇଥିଲେ।

ରିପୋର୍ଟ ଅନୁସାରେ, ତନୁ ମଡେଲିଂ ପ୍ରତି ଆଗ୍ରହୀ ଥିଲେ। କିନ୍ତୁ ସ୍ବାମୀଙ୍କ ମଜାକ୍‌ କଥାକୁ ଅତ୍ୟନ୍ତ ଗମ୍ଭୀର ସହ ନେଇ ସେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଯିବେ ବୋଲି କେହି ବିଶ୍ୱାସ କରିନଥିଲେ । ବହୁତ ସମୟ ପର୍ଯ୍ୟନ୍ତ କୋଠରୀରୁ କୌଣସି ଶବ୍ଦ ନ ଶୁଣିବା ପରେ, ପରିବାର ସଦସ୍ୟମାନେ ଝରକା ଦେଇ ଚାହିଁଲା ବେଳକୁ ତନୁଙ୍କ ମୃତଦେହ ଝୁଲୁଛି। ଇନ୍ସପେକ୍ଟର ଇନ୍ଦିରା ନଗର ସୁନୀଲ କୁମାର ତିୱାରୀଙ୍କ ଅନୁଯାୟୀ, ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri