Posted inରାଜ୍ୟ

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌: ଜାଣନ୍ତୁ କମିଲା କ’ଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ିଛି। ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି।

ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଢ଼ି ଚାଲିଥିବାରୁ ମେ’ ୫ରୁ ସରକାର ପୂରା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ବୁଧବାର ସମାପ୍ତ ହେବାକୁ ଥିବା ବେଳେ ମଙ୍ଗଳବାର ଜୁନ ୧ ଯାଏ ଏହାକୁ ବଢ଼ାଇ ଦିଆଯାଇଛି। ଜୁନ ୧ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ପୂର୍ବଭଳି ସପ୍ତାହାନ୍ତ ଶଟ୍‌ଡାଉନ ଜାରି ରହିବ।

ଅନ୍ୟପକ୍ଷରେ ସୋମବାରରୁ ଶୁକ୍ରବାର ଦୈନିକ ସକାଳେ ପନିପରିବା କିଣିବା ପାଇଁ ମିଳୁଥିବା ସମୟକୁ କମାଇ ଦିଆଯାଇଛି। ପୂର୍ବରୁ ଏହି ସମୟସୀମା ସକାଳ ୬ଟାରୁ ଦିନ ୧୨ଟା ଥିବା ବେଳେ ଏବେ ଏହାକୁ ସକାଳ ୭ଟାରୁ ଦିନ ୧୧ଟା କରି ଦିଆଯାଇଛି। ଫଳରେ ଲୋକଙ୍କୁ ପନିପରିବା ଓ ରାସନ କିଣିବା ପାଇଁ ମାତ୍ର ୪ ଘଣ୍ଟା ସମୟ ମିଳିବ। ପୂର୍ବଭଳି ଲୋକେ ନିକଟସ୍ଥ ଦୋକାନକୁ ଚାଲି ଚାଲି ଯାଇ ଜିନିଷ କିଣିବେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri