Posted inଖେଳ

ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର କୋଟି କୋଟି ଟଙ୍କା ପାଣିରେ ପଡିଲା

ନୂଆଦିଲ୍ଲୀ,୧୪।୪: ଆଇପିଏଲ ୨୦୨୪ରେ ଅନେକ ଖେଳାଳି ଅଛନ୍ତି, ଯେଉଁମାନେ କ୍ରମାଗତ ଭାବରେ ପଛରେ ରହିଛନ୍ତି। ଏଥି ମଧ୍ୟରୁ ଜଣେ ହେଉଛନ୍ତି ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର ଦୀପକ ହୁଡା, ଯିଏ ଚଳିତ ସିଜିନର ୩ଟି ମ୍ୟାଚରେ ମାତ୍ର ୪୪ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ଦୀପକ ୩ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ, କିନ୍ତୁ ବ୍ୟାଟ ସହିତ କୌଣସି ଯାଦୁ ଦେଖାଇବା ପୂର୍ବରୁ ସେ ୧୦ ବଲରେ ମାତ୍ର ୮ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ଗତ ୨ ସିଜିନ୍‌ରେ ଦୀପକ ହୁଡାଙ୍କୁ ୫.୭୫ କୋଟି ଟଙ୍କା ପ୍ରଦାନ କରାଯାଉଛି, କିନ୍ତୁ ହୁଡାଙ୍କ ଖରାପ ଫର୍ମ ଏଲଏସଜି ପାଇଁ କୋଟି କୋଟି ଟଙ୍କା ଅପଚୟ କହିବା ଭୁଲ ହେବ ନାହିଁ।
ଦୀପକ ହୁଡାଙ୍କର ଶେଷ ଅର୍ଦ୍ଧଶତକ ୨୦୨୨ ସିଜନରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଆସିଥିଲା। ସେତେବେଳେ ହୁଡା ୩୯ ବଲରେ ୫୯ ରନର ଇନିଂସ ଖେଳିଥିଲେ। ଏହା ପରେ ୧୫ ଇନିଂସ ଅତିକ୍ରମ କରିସାରିଛି, କିନ୍ତୁ ହୁଡାଙ୍କ ବ୍ୟାଟରୁ କୌଣସି ବଡ଼ ଇନିଂସ ଦେଖିବାକୁ ମିଳିନାହିଁ। ଗତ ୧୫ ଇନିଂସରେ ତାଙ୍କର ସର୍ବାଧିକ ସ୍କୋର ୪୫ ରନ ଏବଂ ଏହା ୨୦୨୨ରେ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri