ଶେଷ ହେଲା ଲକ୍ଷ୍ନୌର ଖେଳାଳି ଖୋଜିବା ପ୍ରକ୍ରିୟା

ନୂଆଦିଲ୍ଲୀ,୨୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୫ତମ ସଂସ୍କରଣ ପୂର୍ବରୁ ଆହତ ସମସ୍ୟା କାରଣରୁ ମାର୍କ ଉଡ୍‌ ଓହରିବା ପରେ ତାଙ୍କ ବଦଳ ଖେଳାଳି ଖୋଜୁଥିଲା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ। ପ୍ରଥମ ଥର ପାଇଁ ଆଇପିଏଲ୍‌ରେ ଭାଗ ନେବାକୁ ଯାଉଥିବା ନୂଆ ଫ୍ରାଞ୍ଚାଇଜର ବଦଳ ଖେଳାଳି ଖୋଜିବା ପ୍ରକ୍ରିୟା ଅଷ୍ଟ୍ରେଲିଆନ ପେସର ଆଣ୍ଡ୍ର୍ୟୁ ଟେ’ଙ୍କ ପାଖରେ ଶେଷ ହୋଇଛି। ଅଷ୍ଟ୍ରେଲିଆ ଖେଳାଳିଙ୍କ ପୂର୍ବରୁ ଲକ୍ଷ୍ନୌ ବାଂଲାଦେଶ ପେସର ତାସ୍କିନ ଅହମ୍ମଦଙ୍କ ସହ ଯୋଗାଯୋଗ କରିଥିଲା। ହେଲେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ତାଙ୍କୁ ଆଇପିଏଲ ପାଇଁ ଏନ୍‌ଓସି ଦେବାକୁ ମନା କରି ଦେଇଥିଲା। ଏହାପରେ ଜିମ୍ବାଓ୍ବେ ପେସର ବ୍ଲେସିଂ ମୁଜରାବାନିଙ୍କ ସହ ଦଳ ଚୁକ୍ତି କରିପାରେ ବୋଲି ଚର୍ଚ୍ଚା ହେଉଥିଲା।

“ଏଲ୍‌ଏସ୍‌ଜି ଉଡ୍‌ଙ୍କ ବଦଳ ଖେଳାଳି ଭାବେ ଆଣ୍ଡ୍ର୍ୟୁ ଟେଙ୍କ ସହ ଚୁକ୍ତି କରିଛି” ବୋଲି କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ମାସରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଉଡ୍‌ଙ୍କ କହୁଣୀରେ ଆଘାତ ଲାଗିଥିଲା।

ଅଷ୍ଟ୍ରେଲିଆକୁ ୩୨ ଟି୨୦ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିବା ଟେ’ଙ୍କ ନାମରେ ୪୭ ଅନ୍ତର୍ଜାତୀୟ ଉଇକେଟ ରହିଛି। ଏହି ଡାହାଣହାତୀ ପେସର ଏପର୍ଯ୍ୟନ୍ତ ଆଇପିଏଲରେ ୨୭ ମ୍ୟାଚ୍‌ ଖେଳି ୪୦ ଉଇକେଟ ନେଇଛନ୍ତି। ସେ ୧ କୋଟି ଟଙ୍କାର ପାଉଣାରେ ଏଲ୍‌ଏସ୍‌ଜିରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri