Posted inଖେଳ

ଗୁଜରାଟକୁ ହରାଇଲା ଲକ୍ଷ୍ନୌ

ଅହମଦାବାଦ,୨୨ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ଏକ ହାଇ ସ୍କୋରିଂ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି) ୩୩ ରନରେ ଗୁଜରାଟ ଟାଇଟନ୍ସ (ଜିଟି)କୁ ପରାସ୍ତ କରିଛି। ଲକ୍ଷ୍ନୌ ଦ୍ୱାରା ପ୍ରଦତ୍ତ ୨୩୬ ରନର ଟାର୍ଗେଟର ପିଛା କରୁଥିବା ଗୁଜରାଟ ୨୦ ଓଭରରେ ୯ ଉଇକେଟ ହରାଇ ୨୦୨ ରନ୍‌ କରିଥିଲା। ପୂର୍ବରୁ ପ୍ଲେଅଫ୍‌ରୁ ବାଦ୍‌ ପଡ଼ିଥିବା ଲକ୍ଷ୍ନୌ ଲାଗି ଏହା ଷଷ୍ଠ ବିଜୟ।

ାମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୩୫ ରନ୍‌ କରିଥିଲା। ମିଚେଲ ମାର୍ଶ ୬୪ ବଲରେ ୧୦ ଚୌକା ଓ ୮ ଛକା ସହିତ ୧୧୭ ରନର ଶତକୀୟ ପାଳି ଖେଳିଥିଲେ। ଏହା ତାଙ୍କ ଆଇପିଏଲ କ୍ୟାରିୟରର ପ୍ରଥମ ଶତକ ଥିଲା। ନିକୋଲସ ପୁରନ ୨୭ ବଲରେ ୫୬ (୪ ଚୌକା ଓ ୫ ଛକା) ଓ ଏଡେନ ମାରକ୍ରାମ ୩୬ (୩ ଚୌକା ଓ ୨ ଛକା) ରନ କରିଥିଲେ। ଜବାବରେ ଗୁଜରାଟକୁ ଶୁବମନ ଗିଲ ଓ ସାଇ ସୁଦର୍ଶନ ୪୬ ରନ୍‌ର ଆରମ୍ଭ ଦେଇଥିଲେ।

ପ୍ରଥମେ ସୁଦର୍ଶନ ୨୧ (୪ ଚୌକା) ଓ ତାଙ୍କ ପଛରେ ଗିଲ ୩୫ (୭ ଚୌକା) ଏବଂ ଜୋସ ବଟଲର ୩୩ (୩ ଚୌକା ଓ ୨ ଛକା) ରନ୍‌ କରି ପାଭିଲିଅନ ଫେରିଥିଲେ। ପରେ ଶାହରୁଖ ଖାନ ଓ ଶେର୍ଫାନେ ରଦରଫୋର୍ଡ ଚତୁର୍ଥ ଉଇକେଟରେ ୩୯ ବଲରେ ଦ୍ରୁତ ୮୬ ରନ ଯୋଡ଼ିଥିଲେ। ହେଲେ ତାହା ଦଳକୁ ଜିତାଇ ପାରି ନ ଥିଲା। ଦଳ ପାଇଁ ଶାହରୁଖ ଖାନ ୨୯ ବଲରେ ୫୭ (୫ ଚୌକା ଓ ୩ ଛକା) ଓ ରଦରଫୋର୍ଡ ୩୮(୧ ଚୌକା ଓ ୩ ଛକା) ରନ କରି ଥିଲେ। ଫଳରେ ଗୁଜରାଟ ୨୦ ଓଭରରେ ୯ ଉଇକେଟ ହରାଇ ୨୦୨ ରନ୍‌ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା…

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri